oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ବିଧାୟକ ସୁବାସ ପାଣିଗ୍ରାହୀ ଅସୁସ୍ଥ, ଗିରଫ ପରେ ଭୁବନେଶ୍ଵରରୁ ଦେବଗଡ ଆଣୁଥିଲା ପୋଲିସ

1/05/2022 at 6:46 PM

ଦେବଗଡ: ଦେବଗଡ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଅସୁସ୍ଥ। ଭୁବନେଶ୍ଵରରୁ ପୋଲିସ ଗିରଫ କରି ଦେବଗଡ ଆଣୁଥିବା ବାଟରେ ଅସୁସ୍ଥ ବିଧାୟକଙ୍କୁ ଛତାବର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡାକ୍ତରଖାନାରେ ସାଲାଇନ ଲଗାଯିବା ସହ ଚିକିତ୍ସା ଜାରି ରହିଛି। ତିଳେଇବଣି ବିଡିଓଙ୍କୁ ମାଡ଼ ଘଟଣାରେ ରବିବାର ଦେବଗଡ଼ ବିଧାୟକଙ୍କୁ ଦେବଗଡ ପୋଲିସ ଭୁବନେଶ୍ଵରରୁ ଗିରଫ କରିଛି। କୋର୍ଟ ଚାଲାଣ ପାଇଁ ତାଙ୍କୁ ପୋଲିସ ଦେବଗଡ ଆଣୁଥିଲା।

ଖବର ଅନୁଯାୟୀ, ଶନିବାର ଦେବଗଡ ଜିଲ୍ଲା ତିଲେଇବଣୀ ବ୍ଲକ ବିଡିଓଙ୍କୁ ଦେବଗଡ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ମାଡପିଟ କରିଥିବା ଅଭିଯୋଗ ହୋଇଥିଲା । ତିଲେଇବଣୀ ବ୍ଲକ ବିଡିଓ କୃଷ୍ଣ ଚନ୍ଦ୍ର ଦଳପତି ଏକ ସରକାରୀ କାର୍ଯ୍ୟରେ ଛେପଲିପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭାଲିଆଗୁଡି ଗ୍ରାମକୁ ଯାଇଥିବା ବେଳେ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଓ ତାଙ୍କର ସମର୍ଥକ ମାନେ ଘଟଣାସ୍ଥଳରେ ପହଞ୍ଚି ବିଡିଓଙ୍କୁ ଆକ୍ରମଣ କରିଥିଲେ। ଫଳରେ ବିଡିଓଙ୍କ ଓଠ ଫାଟିଯିବା ସହ ସେ ଆହତ ହୋଇଥିବା ଅଭିଯୋଗ କରିଥିଲେ। ଘଟଣା ପରେ ବିଡିଓ କୃଷ୍ଣ ଚନ୍ଦ୍ର ଦଳପତି ଦେବଗଡ ଜିଲ୍ଲାପାଳଙ୍କୁ ଏ ସମ୍ପର୍କରେ ଅବଗତ କରାଇଛନ୍ତି । ଆଉ ଏବେ ବିଧାୟକଙ୍କୁ ଗିରଫ କରିଛି ପୋଲିସ।

ଅନ୍ୟପଟେ  ବିଧାୟକଙ୍କ ଗିରଫଦାରୀ ପ୍ରତିବାଦରେ ବିଜେପି କର୍ମୀ  ଦେବଗଡ ଆଦର୍ଶ ଥାନା ଘେରାଉ କରିବା ସହ ଧାରଣା ଦେଇଛନ୍ତି। ଏଥିରେ ବିଜେପି ବିଧାୟକ ସାମିଲ୍ ହୋଇଛନ୍ତି। ବିଧାୟକଙ୍କ ମଧ୍ୟରେ ଅଛନ୍ତି କେନ୍ଦୁଝର ବିଧାୟକ ମୋହନ ମାଝୀ,  ସୁନ୍ଦରଗଡ ବିଧାୟକ କୁସୁମ ଟେଟେ, ତଲସରା ବିଧାୟକ  ଭବାନୀ ଭୋଇ ଏବଂ କୁଚିଣ୍ଡା ପୂର୍ବତନ ବିଧାୟକ ରବିନାରାୟଣ ନାୟକ।

   Related Posts