ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି

5/10/2022 at 8:09 PM

ଭଦ୍ରକ, ୦୫/୧୦: ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି । ଧାମନଗର ଉପନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ କରାଯାଇଛି । ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଏହି ସୂଚନା ମିଳିଛି ।

ସୂଚନା ଥାଉକି ଅକ୍ଟୋବର ୩ ତାରିଖ ଦିନ ଧାମନଗରରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଥିଲା । ନଭେମ୍ବର ୩ ରେ ଧାମନଗର ଉପନିର୍ବାଚନ ହେବା ନେଇ ଭାରତୀୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଥିଲା ।

ଖବର ଅନୁଯାୟୀ, କିଛି ଦିନ ତଳେ ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ହୋଇଥିଲା । ଏହାପରେ ଉପନିର୍ବାଚନ ନେଇ କଳ୍ପନାଜଳ୍ପନା ଚାଲିଥିଲା । ହେଲେ ଏହି ସବୁ ଚର୍ଚ୍ଚାରେ ଅନ୍ତ ଲଗାଇଥିଲେ ନିର୍ବାଚନ କମିଶନର । ନଭେମ୍ବର ୩ ତାରିଖରେ ଅନୁଷ୍ଠିତ ହେବ ଧାମନଗର ଉପନିର୍ବାଚନ । ଏନେଇ ଅଗଷ୍ଟ ୭ରେ ପ୍ରକାଶ ପାଇବ ବିଜ୍ଞପ୍ତି । ଅକ୍ଟୋବର ୧୪ରେ ନାମାଙ୍କନ ଦାଖଲର ଶେଷ ଦିନ ରହିଥିବା ବେଳେ ୧୫ରେ ଯାଞ୍ଚ ଏବଂ ୧୭ରେ ନାମାଙ୍କନ ପ୍ରତ୍ୟାହର ଶେଷ ଦିନ । ନଭେମ୍ବର ୬ରେ ଭୋଟ ଗଣତି ଓ ଫଳାଫଳ ପ୍ରକାଶ ପାଇବ । ଶେଷରେ ନଭେମ୍ବର ୮ ସୁଦ୍ଧା ସମସ୍ତ ନିର୍ବାଚ ପ୍ରକ୍ରିୟା ଶେଷ ହେବାକୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନର ।

   Related Posts