suno sunao
suno sunao
suno sunao
suno sunao
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବାଙ୍କୀ : ପଶ୍ଚିମା ଝଡ ପ୍ରଭାବ : ଭୁଶୁଡ଼ିଲା ବାଙ୍କୀ ସ୍ଵୟଂ ଶାସିତ ମହାବିଦ୍ୟାଳୟର ନବନିର୍ମିତ ଦର୍ଶକ ଗ୍ୟାଲେରୀ
  • ||
  • ଭୁବନେଶ୍ବର : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୁଳିଆକୁ ଗଡିବ
  • ||
  • ଭୁବନେଶ୍ବର : ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
  • ||
  • ପୁରୀ : ପୁରୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ : ବାଇକ୍‌ରେ ନିଆଁ ଲଗାଇଦେଲେ
  • ||
  • ବାଲିପାଟଣା : ‘ମୋ ପରିବାରର ମୋତେ ମାରିବାକୁ ଚେଷ୍ଟା କରୁଛନ୍ତି…’ ଏମିତି କିଛି ଭିଡିଓରେ କହି ଆତ୍ମହତ୍ୟା କଲେ ଯୁବକ !
  • ||
  • ୮୮ ତମ ପ୍ରତିଷ୍ଠା ଦିବସ ପାଳନ କରୁଛି ଓଡ଼ିଶା, ୧୯୩୬ରେ ଗଠନ ହୋଇଥିଲା ପ୍ରଥମ ଭାଷା ଭିତିକ ରାଜ୍ୟ
  • ||
  • ସୋର : ଦୁଇ ଦୁର୍ଘଟଣାରେ ୩ ଜଣ ଆହତ, ଉତ୍ତ୍ୟକ୍ତଲୋକଙ୍କ ରାସ୍ତାରୋକ
  • ||
  • କରଞ୍ଜିଆ : ଜଙ୍ଗଲରୁ ଗାଁକୁ ଚାଲିଆସିଥିଲା ହରିଣ, ଝୁଣି ମାରିଦେଲେ କୁକୁର ପଲ
  • ||
  • ବଲାଙ୍ଗୀର : ବଲାଙ୍ଗିର ଜାଲ୍ ସାର୍ଟିଫିକେଟ୍ ମାମଲାର ତଦନ୍ତ ଭାର ନେଲା କ୍ରାଇମବ୍ରାଞ୍ଚ, ଗଠନ ହେଲା ୨ଟି ଟିମ୍
  • ||
  • ପଶ୍ଚିମାଝଡର ପ୍ରଭାବ: ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଅସରାଏ ବର୍ଷାରେ ଭିଜିଲା ଟ୍ୱିନସିଟି
  • ||

ଏନଡିଏ ସରକାରର ୪ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

26/05/2018 at 5:12 AM

ଏନଡିଏ ସରକାରର ୪ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଦେଶବାସୀଙ୍କ ଆଗରେ ନିଜ ସରକାରର ରିପୋର୍ଟ କାର୍ଡ଼ ରଖିବେ । ଆଜି ଅପରାହ୍ନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି । ମୋଦି ଭୁବନେଶ୍ୱର ବିମାନ ବନ୍ଦରରେ ପହଁଞ୍ଚିବେ । ସେଠାରୁ ବାୟୁସେନା ହେଲିକପ୍ଟର ଯୋଗେ କଟକ ଯିବେ । ତେବେ ଯଦି ପାଗ ଅନୁକୂଳ ନରୁହେ ତେବେ ସଡ଼କ ପଥରେ ପ୍ରଧାନମନ୍ତ୍ରୀ ଭୁବନେଶ୍ବରରୁ କଟକ ଯିବେ । ଏଥି ପାଇଁ କାରକେଡର ମଧ୍ୟ ବ୍ୟବସ୍ଥା କରାଯାଇଛି । ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଗତ କିଛି ଦିନ ହେବ ରାଜ୍ୟ ବିଜେପି କାର୍ଯ୍ୟାଳୟ ଚଳଚଞ୍ଚଳ ହୋଇଛି । ସେହିପରି କଟକଟରେ ବିଜେପି ମହିଳା ମୋର୍ଚ୍ଚାରେ ନେତ୍ରୀମାନେ ଗତକାଲି ଗୁଆ ଚାଉଳ ଧରି କଟକବାସୀଙ୍କୁ ନିମନ୍ତ୍ରଣ କରିଛନ୍ତି । ସେପଟେ ଓଡ଼ିଶା ଗସ୍ତ ପୂର୍ବରୁ ମୋଦି ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ‘ପ୍ରଗତି’ ଯୋଜନାଗୁଡ଼ିକର ସମୀକ୍ଷା କରିଛନ୍ତି । ସମୀକ୍ଷା ସମୟରେ ଏସବୁ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ସନ୍ତୋଷ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ଭିଡିଓ କନ୍ ଫରେନ୍ସିଂ ଯୋଗେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ସହ ମୁଖ୍ୟତଃ ୩ଟି ପ୍ରଗତି ପ୍ରକଳ୍ପ ଯଥା: ଅମୃତ ଯୋଜନା, ସାଧାରଣ ବଣ୍ଟନ ବ୍ୟବସ୍ଥା ଓ ରେଳବାଇ ପ୍ରକଳ୍ପଗୁଡ଼ିକର ସମୀକ୍ଷା କରିଥିଲେ ।

Leave a Reply

   Related Posts