ଓଡ଼ିଶାରେ ବିଜେପି ସରକାର କରିଥିବାରୁ ଓଡ଼ିଶାବାସୀଙ୍କୁ ଧନ୍ୟବାଦ: ମୋହନ ମାଝୀ

Published By : Prameya-News7 Bureau | June 11, 2024 IST

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଭାବେ ନାଁ ଘୋଷଣା ହେବା ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି ମୋହନ ମାଝୀ I ସେ କହିଛନ୍ତି ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ମୋର ପ୍ରଣାମ I ରାଜ୍ୟରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ I ଓଡ଼ିଶାବାସୀ ଏନେଇ ଆଶୀର୍ବାଦ କରିଥିବାରୁ ଅଶେଷ ଧନ୍ୟବାଦ I

ଜୁନ୍ ୪ ନିର୍ବାଚନ ପରିଣାମରେ ବିଜେପିକୁ ସ୍ପଷ୍ଟ ବହୁମତ ମିଳିଥିଲା । ସେବେଠୁ ରାଜ୍ୟରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ତାକୁ ନେଇ ଚାଲିଥିବା ଚର୍ଚ୍ଚାରେ ମଙ୍ଗଳବାର ପୂର୍ଣ୍ଣଚ୍ଛେଦ ପଡ଼ିଛି । ମୋହନ ମାଝୀ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ । ତାଙ୍କ ସହ ଓଡ଼ିଶାରେ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ରହିବେ । ପୂର୍ବତନ ରାଜ୍ୟ ବିଜେପି ସଭାପତି ତଥା ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ଉପମୁଖ୍ୟମନ୍ତ୍ରୀ ରହିବେ ।  ରାଜ୍ୟ ବିଜେପି ମୁଖ୍ୟାଳୟରେ ଆୟୋଜିତ ବିଧାୟକ ଦଳ ବୈଠକରେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କ ଉପସ୍ଥିତିରେ ନବ ନିର୍ବାଚିତ ବିଧାୟକ ଏବଂ ସାଂସଦଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.