ORHDC ଋଣ ଦୁର୍ନୀତି ମାମଲା, ବିଧାୟକ ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି

Published By : Prameya-News7 Bureau | October 19, 2022 IST

କଟକ ୧୯/୧୦ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ଆଶ୍ଵସ୍ତି । ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟଙ୍କ ରହିତାଦେଶ । ରହିତାଦେଶ ପରେ ମୋକିମଙ୍କ ବିଧାୟକ ପଦ ବଜାୟ ରହିଲା । ଆସନ୍ତା ଫେବୃଆରୀ ୨୨ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ।

ସୂଚନାନୁଯାୟୀ, ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ଭିଜିଲାନ୍ସ କୋର୍ଟ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଥିଲେ। ଓଆରଏଚଡିସି ଋଣ ଦୁର୍ନୀତି ମାମଲାରେ ମୋକିମ୍‌ଙ୍କୁ ଦଣ୍ଡାଦେଶ ହୋଇଥିଲା । ଭିଜିଲାନ୍ସ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ୍ କରି ମୋକିମ୍ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.