ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ, ଆଗାମୀ ୪ରୁ ୫ଦିନ ବଡ଼ ବର୍ଷାର ସମ୍ଭାବନା ନାହିଁ

Published By : Prameya-News7 Bureau | August 08, 2023 IST

ଭୁବନେଶ୍ବର ୮: ମୌସୁମୀ ପ୍ରବାହ ଦୁର୍ବଳ ହୋଇଛି ବୋଲି ରାଜ୍ୟ ପାଣିପାଗ ବିଭାଗ ସୂଚନା ଦେଇଛି । ରାଜ୍ୟରେ କୌଣସି ପାଣିପାଗ ପ୍ରକ୍ରିୟା ସକ୍ରିୟ ନଥିବା ତଥା ମୌସୁମୀ ନିମ୍ନଚାପ ରେଖା ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି ।

ତେବେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୨.୩ ମି.ମି. ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୧୩.୨ ମି.ମି. ତୁଳନାରେ ୮୩ ପ୍ରତିଶତ କମ୍ ରହିଛି । ଆଗାମୀ ୪ରୁ ୫ଦିନ ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରବାହ ଜାରି ରହିବାର ସମ୍ଭାବନା ଥିବାରୁ ବଡ଼ ବର୍ଷାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ କହିଛି ।

ମୌସୁମୀ ନିମ୍ନ ଚାପ-ରେଖା ମଙ୍ଗଳବାର ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ରହିବ ସହ ଏହାର ପଶ୍ଚିମ ଭାଗ ହିମାଳୟର ପାଦ ଦେଶରେ ଅବସ୍ଥାନ କରୁଥିବା ବେଳେ, ଏହାର ପୂର୍ବ ଭାଗ ଉତ୍ତରପ୍ରଦେଶର ବାହରିଚ, ଗୋରଖପୁର, ସୁପାଉଲ, କୁଚବିହାରରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି ।

You Can Read :

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.