ରାଜ୍ୟରେ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୨୭୨କୁ ବୃଦ୍ଧି

Published By : Prameya-News7 Bureau | August 09, 2020 IST

ଭୁବନେଶ୍ବର ୦୯।୦୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

ଓଡ଼ିଶାରେ ପୁଣି ୧୩ ଜଣଙ୍କ ଜୀବନ ନେଲା କରୋନା। ମୃତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୬ ଜଣ, କୋରାପୁଟରୁ ୨ ଜଣ, ବାଲେଶ୍ବର, ବରଗଡ଼, ନୟାଗଡ଼, ଖୋର୍ଦ୍ଧା ଓ ଭୁବନେଶ୍ବର ମହାନଗର ଅଞ୍ଚଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୫,୯୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫,୩୬୫ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦ ହଜାର ୨୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୭୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୯ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୫,୦୧୮୩ ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

wp:html /wp:html wp:core-embed/wordpress {"url":"http://www.prameyanews7.com/corona-cases-reached-45927-in-odisha/","type":"wp-embed","providerNameSlug":"prameya-news-7","className":""}
http://www.prameyanews7.com/corona-cases-reached-45927-in-odisha/
/wp:core-embed/wordpress

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.