ଗଞ୍ଜାମରେ ବଢି ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା, ଚିହ୍ନଟ ହେଲେ ଆଉ ୧୯ ପଜିଟିଭ୍

Published By : Prameya-News7 Bureau | May 08, 2020 IST

ବ୍ରହ୍ମପୁର ୮|୫ : ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଶୁକ୍ରବାର ରାଜ୍ୟରେ ଆଉ ୨୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଛି । ରାଜ୍ୟରେ ଚିହ୍ନଟ ହୋଇଥିବା ୨୬ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୫ଜଣ ଏବଂ ଭଦ୍ରକ ଜିଲ୍ଲାରୁ ୨ଜଣ ରହିଛନ୍ତି ।

{"id":266405,"sizeSlug":"large"}

ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪୭ରେ ପହଞ୍ଚିଥିବା ବେଳେ କେହି ହେଲେ ବି ଏପର୍ଯ୍ୟନ୍ତ ସୁସ୍ଥ ହୋଇନାହାନ୍ତି । ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଜିଲ୍ଲା ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି । ଚିହ୍ନଟ ହୋଇଥିବା ସଂକ୍ରମିତମାନେ ସୁରଟ ଫେରନ୍ତା ବୋଲି ସୂଚନା ରହିଥିବା ବେଳେ ଏନେଇ ସରକାରୀ ଭାବେ ସ୍ପଷ୍ଟ ସୂଚନା ପ୍ରଦାନ କରାଯାଇନାହିଁ ।

{"id":266410,"sizeSlug":"large"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.