ରାଜଧାନୀରୁ ଆଉ ୩୪୨ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୨୧
28/09/2020 at 4:09 PM

ଭୁବନେଶ୍ୱର, ୨୮ ।୦୯: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୪୨ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୧୯୭ରେ ପହଞ୍ଚିଛି । ସୋମବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୧୧ ଜଣ ରହିଥିବା ବେଳେ ୨୩୧ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୨୧ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
Update on newly detected #COVID19 cases in the last
— BMC (@bmcbbsr) September 28, 2020
24 hrs under the BMC area on 28th Sep 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/zxZZHlCiVe
ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୧୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୯୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୭୪୯୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮୮ ଜଣଙ୍କର ମୃତ୍ୟୁ ହୋଇଛି ।