ଖଲ୍ଲିକୋଟ ୨।୧୨: ଭାରସାମ୍ୟ ହରାଇ ଓଲଟିଲା ସ୍କୁଲ ଅଟୋ । ଦୁର୍ଘଟଣାରେ ୫ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଅଟୋ ଡ୍ରାଇଭର ମଧ୍ୟ ଗୁରୁତର ହୋଇଛନ୍ତି । ଗଞ୍ଜାମ ଜିଲ୍ଲା କୈରାସି ଛକ ନିକଟରେ ଦୁର୍ଘଟଣା ଘଟିଛି । ସମସ୍ତ ଗୁରୁତରଙ୍କୁ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି ।

​​​​​​​

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ମାଣିକପୁରରୁ ଛାତ୍ରଛାତ୍ରୀଙ୍କୁ ନେଇ ଅଟୋଟି କୈରାସି ସ୍ଥିତି ଏକ ଘରୋଇ ସ୍କୁଲକୁ ଯାଉଥିଲା । କୈରାସି ଛକ ନିକଟରେ ଅଟୋଟି ପହଞ୍ଚିଥିବା ବେଳେ ଅଟୋ ଆଗକୁ ହଠାତ୍ ହରିଣଟି ଆସିଯାଇଥିଲା । ଫଳରେ ଭାରସାମ୍ୟ ହରାଇ କୈରାସି ଛକ ନିକଟରେ ଅଟୋଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ ଅଟୋରେ ଥିବା ୫ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଗୁରୁତର ହୋଇଛନ୍ତି । ଅଟୋ ଡ୍ରାଇଭର ମଧ୍ୟ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନଙ୍କ ଚିକିତ୍ସା ଜାରି ରହିଛି ।