ମା’-ପୁଅକୁ ଦଳିଦେଲା ଦନ୍ତା, ଗୁରୁତର ବାପା ମେଡିକାଲରେ ଭର୍ତ୍ତି

Published By : Prameya-News7 Bureau | February 24, 2021 IST

କୁଚିଣ୍ଡା ୨୪।୨: ହାତୀ ଆକ୍ରମଣରେ ମା’ ଓ ପୁଅଙ୍କ ମୃତ୍ୟୁ । ସମ୍ବଲପୁର ଜିଲ୍ଲା ଜମନକିରା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହଦା ପଞ୍ଚାୟତ ଅଖରାଦାଣ୍ଡ ଗାଁ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗୁରୁତର ଅବସ୍ଥାରେ ବାପାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ସମ୍ବଲପୁର ଜିଲ୍ଲା ମହଦା ପଞ୍ଚାୟତ ଗଡାକୁନା ଗାଁର ପ୍ରଶାନ୍ତ ମୁଣ୍ଡାଙ୍କ ପରିବାର ନିକଟସ୍ଥ ଅଖରାଦାଣ୍ଡ ଗାଁକୁ ଇଟା ଗଢିବା ପାଇଁ ଯାଇଥିଲେ । ସେଠାରେ ସେ ତାଙ୍କ ସ୍ତ୍ରୀ ରିନା ମୁଣ୍ଡା ଓ ୧୦ ବର୍ଷର ପୁଅ ସାହିଦ ମୁଣ୍ଡାଙ୍କୁ ନେଇ ଅସ୍ଥାୟୀ କୁଡିଆ କରି ରହୁଥିଲେ । ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଦନ୍ତା ହାତୀ ସେଠାକୁ ଆସି ଅସ୍ଥାୟୀ କୁଡିଆକୁ ଭାଙ୍ଗିବା ସହ ମା’ ଓ ପୁଅଙ୍କୁ ଦଳି ଦେଇଥିଲା । ଏହାସହ ପ୍ରଶାନ୍ତଙ୍କୁ ମଧ୍ୟ କଚାଡି ଦେଇଥିବା ବେଳେ ତାଙ୍କର ପଞ୍ଜରା ହାଡ ଭାଙ୍ଗିଯାଇଛି । ତାଙ୍କୁ ଚିକିତ୍ସା ପାଇଁ କୁଚିଣ୍ଡା ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ମା’-ପୁଅଙ୍କର ମୃତ୍ୟୁ ହୋଇଛି । ବନବିଭାଗ ଓ କୁଚିଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ କରୁଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.