ରାଜ୍ୟରେ ବଦଳିଛି ପାଗର ମିଜାଜ, ୨୦ ଯାଏ ବର୍ଷା ସମ୍ଭାବନା

NEWS7
motion-of-thanks-debate-on-presidents-address-in-parliament-on-monday

ଭୁବନେଶ୍ବର ୧୫।୩: ରାଜ୍ୟରେ ବଦଳିଛି ପାଗର ମିଜାଜ । ଆକାଶ ମେଘାଚ୍ଛନ୍ନ ସହ ବର୍ଷା ସମ୍ଭାବନା ଥିବା ବେଳେ ଆସନ୍ତା ୫ ଦିନ ଯାଏ ହାଲୁକାରୁ ମଧ୍ୟମ ଧରଣର ବର୍ଷା ପାଇଁ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ତେବେ ବର୍ତ୍ତମାନ ରାଜ୍ୟରେ କୌଣସି ପାଣିପାଗ ନିୟାମକ ସକ୍ରିୟ ନଥିବା ବେଳେ ବାୟୁ ଚଳାଚଳ ପ୍ରଭାବରେ ଆସନ୍ତା ୫ ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ ।

ଆସନ୍ତା ୨୪ ଘଣ୍ଟାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ୱରରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ୩୦ ରୁ ୪୦ କି.ମି. ପବନ ବହିବାର ସମ୍ଭାବନାକୁ ନେଇ ୟେଲୋ ଓ୍ବାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ସୋମବାର ବର୍ଷାର ବିସ୍ତାର ବଢିବା ସହ ଉପକୂଳ ଓଡ଼ିଶା ସମେତ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବାବେଳେ ମୟୁରଭଞ୍ଜରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ୫୦ରୁ ୬୦ କି.ମି. ପବନ ବହିବାର ସମ୍ଭାବନାକୁ ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ସୁନ୍ଦରଗଡ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଏହି ୪ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ୩୦ ରୁ ୪୦ କି.ମି. ପବନ ବହିବାର ସମ୍ଭାବନାକୁ ନେଇ ୟେଲୋ ଓ୍ବାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ୨୦ ତାରିଖ ଯାଏ ବର୍ଷା ଲାଗି ରହିବ । ସେପଟେ ଆଜିଠାରୁ ଗରମରୁ ମିଳିପାରେ ଆଶ୍ବସ୍ତି । ବର୍ତ୍ତମାନ ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ଗରମରୁ ତ୍ରାହି ନଥିବା ବେଳେ ଆଗାମୀ ୫ଦିନ ଭିତରେ ୩ରୁ ୫ ଡିଗ୍ରୀ ତାପମାତ୍ରା ହ୍ରାସ ହେବା ସହ ତାତିରୁ ତ୍ରାହି ମିଳିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ଅନ୍ୟପଟେ ଗତ ୨୪ ଘଣ୍ଟାରେ ଝାରସୁଗୁଡା ଓ ସମ୍ବଲପୁରରେ ଗ୍ରୀଷ୍ମ ପ୍ରବାହ ଜାରି ହୋଇଥିବା ବେଳେ ୩ଟି ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଝାରସୁଗୁଡ଼ାରେ ୪୦.୨ ଡିଗ୍ରୀ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି ।