କାଜୁ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପାଖରେ ଥୁଆ ହୋଇଛି ବାଇକ୍‌, ହତ୍ୟା ନା ଅତ୍ମହତ୍ୟା ସନ୍ଦେହ

Published By : Prameya-News7 Bureau | July 05, 2022 IST

ଆଠଗଡ, ୦୫।୦୭: ଆଠଗଡ ଥାନା ଅନ୍ତର୍ଗତ ରାଉତରାପୁର ଗ୍ରାମ ପାଖରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଗ୍ରାମର ରାସ୍ତା ପାର୍ଶ୍ଵରେ ଥିବା ବିଦ୍ୟୁତ ଟ୍ରାନ୍ସଫର୍ମ ସମ୍ମୁଖ କାଜୁ ଗଛରେ ଏହି ଅଚିହ୍ନା ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଦେଖିବାକୁ ମିଳିଛି । ଯୁବକଙ୍କ ପକେଟରେ ମୋବାଇଲ୍‌ ଥିବା ବେଳେ କେହି ଫୋନ୍‌ କରୁଥିବାରୁ ଏହା ରିଙ୍ଗ୍‌ ହେଉଛି । କିଛି ଦୂରରେ ଏକ ବାଇକ୍‌ ଥୁଆ ହୋଇଥିବା ମଧ୍ୟ ଦେଖିବାକୁ ମିଳିଛି । ତେବେ ଯୁବକ ଜଣଙ୍କୁ ହତ୍ୟା କରାଯାଇଛି କି ସେ ଆତ୍ମହତ୍ୟା କରିଛନ୍ତି ସେନେଇ ସନ୍ଦେହ ସୃଷ୍ଟି ହୋଇଛି  I ଘଟଣା ସ୍ଥଳରେ ଆଠଗଡ ପୋଲିସ ପହଞ୍ଚି ଥିବା ବେଳେ ତଦନ୍ତ ଜାରି ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.