କୂଅ ଭିତରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ପରିଚୟ ଖୋଜୁଛି ପୋଲିସ୍‌

Published By : Prameya-News7 Bureau | October 03, 2022 IST

ଝାରସୁଗୁଡ଼ା, ୦୩/୧୦: କୂଅ ଭିତରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର l ଝାରସୁଗୁଡା ଜିଲ୍ଲା ବନହରପାଲି ଥାନା ଅନ୍ତର୍ଗତ ଦଳଗାଁ ଗ୍ରାମପଂଚାୟତର କାଏଁସଟିକ୍ରା ଗ୍ରାମର ଏକ କୂଅ ଭିତରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି l କୂଅ ଭିତରେ ମୃତଦେହ ଭାସୁଥିବା ଦେଖି ଗ୍ରାମବାସୀମାନେ ପୋଲିସକୁ ଖବର ଦେଇଥିଲେ l ବନହରପାଲି ପୋଲିସ ଘଟଣା ସ୍ଥଳରେ ପହଂଚି ମୃତଦେହ ଉଦ୍ଧାର କରିଛି l ତେବେ ଏପର୍ଯ୍ୟନ୍ତ ଯୁବକଙ୍କ ପରିଚୟ ମିଳି ପାରିନାହିଁ l

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.