ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

ବନ୍ଦ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?

2/06/2022 at 1:01 PM

ଭୁବନେଶ୍ବର ୦୨।୦୬ : ବନ୍ଦ ଘରୁ ଝୁଲନ୍ତା ମୃତଦେହ ଠାବ । ଭୁବନେଅସୱର ଲକ୍ଷ୍ମୀସାଗର ଚିନ୍ତାମଣିଶ୍ୱରୀ ଅଞ୍ଚଳରେ ଥିବା ଏକ ଘରୁ ଠାବ ହୋଇଛି ମୃତଦେହ । ଲକ୍ଷ୍ମୀସାଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ମୃତ ଯୁବକଙ୍କ ଘର କଟକରେ ହୋଇଥିବା ବେଳେ ଭୁବନେଶ୍ୱରରେ ଭଡ଼ାରେ ରହୁଥିଲେ । ଏବେ ଭଡ଼ାରେ ରହୁଥିବା ଲକ୍ଷ୍ମୀସାଗର ଚିନ୍ତାମଣିଶ୍ୱରୀ ଅଞ୍ଚଳରେ ଥିବା ଘର ଭିତରୁ ତାଙ୍କର ମୃତଦେହ ଠାବ ହୋଇଛି ।  ତେବେ ତାଙ୍କର ମୃତ୍ୟୁ ହୋଇଛି ନା ଆତ୍ମହତ୍ୟା କରିଛନ୍ତି । ସେନେଇ  ଖୋଲତାଡ଼ କରୁଛି ପୋଲିସ । ଏପିରିକି ୪ ଦିନ ତଳୁ ଯୁବକଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି ।

ସେପଟେ ଲକ୍ଷ୍ମୀସାଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ସେହିପରି ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ ସହଯୋଗ ନେଇପାରେ ପୋଲିସ ।

   Related Posts