କୋଟିଆ ଓଡ଼ିଶାର ଅବିଚ୍ଛେଦ ଅଙ୍ଗ, ଖୁବ୍‌ଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା

Published By : Prameya-News7 Bureau | July 22, 2025 IST

ଭୁବନେଶ୍ବର ୨୨।୭: କୋଟିଆ ଓଡ଼ିଶାର ଅବିଚ୍ଛେଦ ଅଙ୍ଗ । ଯିଏ ଯେତେ ଦାବି କଲେ ବି କୋଟିଆ ଓଡ଼ିଶାର ରହିଛି ଏବଂ ରହିବ । ନିର୍ବାଚନ ସମୟରେ କୋଟିଆ ଉପରେ ଆନ୍ଧ୍ରର ଆଖି ରହୁଛି । ତାକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି ବୋଲି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି ।

ମନ୍ତ୍ରୀ କହିଛନ୍ତି, କୋଟିଆର ସମନ୍ବିତ ବିକାଶ ସରକାରଙ୍କ ଲକ୍ଷ୍ୟ । ପରିବହନ ବିଭାଗ ପକ୍ଷରୁ କୋଟିଆରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା । ଖଣି ଖାଦାନରେ ଭରପୁର କୋଟିଆ । ସେଠାକାର ଗୋଟେ ପାହାଡ଼କୁ ସୁନା ପାହାଡ଼ ବୋଲି କୁହାଯାଏ । ତାକୁ ଚିହ୍ନଟ କରି ତାର ସଦୁପଯୋଗ କରିବା ପାଇଁ ଖଣି ବିଭାଗ ବି ପଦକ୍ଷେପ ନେଉଛି ବୋଲି ଖଣି ମନ୍ତ୍ରୀ କହିଛନ୍ତି ।


You Can Read:

ଖୁବ୍‌ଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି, ନିଲାମ ଦ୍ୱାରା ବଢିବ ରାଜସ୍ୱ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.