ବାରିପଦା ୩୦।୦୮: ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଜାମଦାପାଳ ଗାଁରେ ବୀଭତ୍ସ ହତ୍ୟାକାଣ୍ଡ। ପାରିବାରିକ କଳହକୁ କେନ୍ଦ୍ର କରି ସ୍ୱାମୀ ନିଜ ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଛି।

ବୈଦ୍ୟନାଥ ଏକ ଧାରୁଆ ଅସ୍ତ୍ରରେ କୁନି ସିଂଙ୍କୁ ନିର୍ମମ ଭାବେ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ହିଁ କୁନିଙ୍କର ମୃତ୍ୟୁ ଘଟିଥିଲା। ଏହାପରେ ବୈଦ୍ୟନାଥ ନିଜେ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲା। ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସ୍ଥାନୀୟ ଲୋକଙ୍କଠାରୁ ସୂଚନା ପାଇ ବାଙ୍ଗିରିପୋଷି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ ରକ୍ତାକ୍ତ ଅବସ୍ଥାରେ ପଡ଼ିରହିଥିବା ବୈଦ୍ୟନାଥଙ୍କୁ ତୁରନ୍ତ ଉଦ୍ଧାର କରି ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ବାରିପଦାସ୍ଥିତ ମୁଖ୍ୟ ଡାକ୍ତରଖାନାକୁ ପଠାଇଛି। ତାଙ୍କ ଅବସ୍ଥା ଗୁରୁତର ରହିଛି। ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଜାରି ରଖିଛି।

Also Read:-ପୂର୍ବତନ ମନ୍ତ୍ରୀ ଡମ୍ବୁରୁ ମାଝୀଙ୍କ ଦେହାନ୍ତ, ୮୬ ବର୍ଷରେ ଆଖିବୁଜିଲେ