LIFESTYLE
suno sunao
Aao Nxt
LIFESTYLE_728X90
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ରାସ୍ତାକଡରେ ପଡିଛି ମହିଳାଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା

1/11/2020 at 11:19 AM

କେନ୍ଦୁଝର ୦୧।୧୧: ରାସ୍ତା କଡ଼ରେ ପଡିଛି ମହିଳାଙ୍କ ମୃତଦେହ । କେନ୍ଦୁଝର ସହରର ବଡ଼ବିଲ ବସ୍‌ଷ୍ଟାଣ୍ଡ ନିକଟ ରାସ୍ତାକଡରେ ପଡିଛି ମୃତଦେହ । ବର୍ତ୍ତମାନ ସୁଦ୍ଧା ମହିଳାଙ୍କ ମୃତଦେହ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ ହୋଇଛି ।

ଖବର ଅନୁଯାୟୀ, ରାସ୍ତା କଡରେ ଜଣେ ମହିଳାଙ୍କ ମୃତଦେହ ପଡିଥିବାର ସ୍ଥାନୀୟ ଲୋକେ ଦେଖିଥିଲେ । ବଡବିଲ ବସ୍‌ଷ୍ଟାଣ୍ଡ ନିକଟରେ ରାସ୍ତା କଡରେ ଥିବା ନଟି ଓ ବୁଦା ଭିତରେ ଜଣେ ମହିଳାଙ୍କ ମୃତଦେହ ପଡିଥିଲା । ସ୍ଥାନୀୟଲୋକ ମୃତଦେହ ପଡିଥିବା ନେଇ ପୋଲିସକୁ ଖବର ଦେଇଥିଲେ । ପୋଲିସ ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ତେବେ ବର୍ତ୍ତମାନ ସୁଦ୍ଧା ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ । ଏହା ହତ୍ୟା କି ଆତ୍ମହତ୍ୟା ତାହା ତଦନ୍ତ ପରେ ସ୍ପଷ୍ଟ ହୋଇଯିବ ।

   Related Posts