ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ନା ଦୁର୍ଘଟଣା

Published By : Prameya-News7 Bureau | December 09, 2020 IST

ଘଟଗାଁ ୦୯।୧୨: ରାସ୍ତାଉପରେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର । କେନ୍ଦୁଝର ଜିଲ୍ଲା ଘଟଗାଁ ଚାନ୍ଦପଶି ଛକ ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ଢେଙ୍କିକୋଟ ଫାଣ୍ଡି ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ତେବେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ ।

ଖବର ଅନୁଯାୟୀ, କେନ୍ଦୁଝର ଚାନ୍ଦପଶି ଛକ ନିକଟରେ ଜଣେ ଅଜଣା ଯୁବକଙ୍କ ମୃତଦେହ ପଡିଥିବାର ଦେଖିବାକୁ ମିଳିଥିଲା । ରାସ୍ତାଉପରେ ଯୁବକଙ୍କ ରକ୍ତାକ୍ତ ମୃତଦେହ ପଡିଥିବାର ଦେଖିଥିଲେ ସ୍ଥାନୀୟଲୋକେ । ମୃତଦେହ ଦେଖି ସ୍ଥାନୀୟଲୋକେ ତୁରନ୍ତ ଏନେଇ ନିକଟସ୍ଥ ପୋଲିସକୁ ଜଣାଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ତେବେ ବାଇକ୍ ପଛପଟୁ ଧକ୍କା ଦେଇପାରେ ନହେଲେ କୌଣସି ଗାଡି ଯୁବକଙ୍କ ଉପରେ ଚଢିଯାଇପାରେ ବୋଲି ଅନୁମାନ କରାଯାଉଛି । କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ କିଛି ସ୍ପଷ୍ଟ ହୋଇନାହିଁ । ପୋଲିସ ମୃତଦେହକୁ ଜବତ କରି ଶବ ବ୍ୟବେଚ୍ଛେଦ ପାଇଁ ପଠାଇଛି । ମୃତ ଯୁବକଙ୍କ ବୟସ ପ୍ରାୟ ୨୫ରୁ ୩୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.