vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ଜାମିନ ଆବେଦନ ଖାରଜ, ୩ ଦିନିଆ ରିମାଣ୍ଡରେ ଗଲେ ପୂର୍ବତନ ବିଧାୟକ ଏମ.ଭି ପ୍ରସାଦ

15/09/2021 at 11:36 AM

ଭୁବବେଶ୍ୱର ୧୫/୦୪: ଲକ୍ଷାଧିକ ଟଙ୍କାର ଠକେଇ ମାମଲାରେ ଗିରଫ ଆନ୍ଧ୍ରର ପୂର୍ବତନ ଏମ୍‌ଏଲ୍‌ଏ ମଲ୍ଲ ବିଜୟ ପ୍ରସାଦ (ଏମ୍‌.ଭି.ପ୍ରସାଦ) ଜାମିନ ଆବେଦନ ଖାରଜ ହୋଇଯାଇଛି । ସ୍ୱତନ୍ତ୍ର ଚିଟ୍‌ଫଣ୍ଡ କୋର୍ଟ ତାଙ୍କ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି । ଏଥିସହିତ କ୍ରାଇମ୍‌ବ୍ରାଞ୍ଚ୍‌କୁ ଏହି ମାମଲାରେ ୩ ଦିନିଆ ରିମାଣ୍ଡ ଅନୁମତି ପ୍ରଦାନ କରିଛନ୍ତି ।

କ୍ରାଇମ୍‌ବ୍ରାଞ୍ଚ୍ ଏମ୍‌.ଭି ପ୍ରସାଦଙ୍କୁ ୧୫ ତାରିଖରୁ ରିମାଣ୍ଡ୍‌ରେ ନେଇ ୧୮ ତାରିଖ ଦିନ କୋର୍ଟରେ ହାଜର କରିବାକୁ ଓପିଆଇଡି କୋର୍ଟ ଆଦେଶ ଦେଇଛନ୍ତି । ପୂର୍ବରୁ ଏହି ମାମଲାରେ ଓପିଆଇଡଇ କୋର୍ଟ କ୍ରାଇମ୍‌ବ୍ରାଞ୍ଚ୍‌କୁ କେଶ୍ ଡାଏରୀ ଦାଖଲ କରିବାକୁ ଆଦେଶ ଦେଇଥିଲେ । ସୂଚନାଥାଉକି ୨୦୧୯ ମସିହା ଚିଟ୍‌ଫଣ୍ଡ ମାମଲାରେ କ୍ରାଇମ୍‌ବ୍ରାଞ୍ଚ୍ ଏମ୍‌.ଭି ପ୍ରସାଦକୁଙ୍କୁ ଗିରଫ କରିଛି ।

ତାଙ୍କ ନାମରେ ୩୫ ଲକ୍ଷରୁ ୪୦ ଲକ୍ଷ ଟଙ୍କାର ଅଭିଯୋଗ ରହିଛି । ସେ ୱେଲ୍‌ଫେୟାର୍ ଗୃପ୍ ଅଫ୍ କମ୍ପାନୀର ଅତ୍ୟତମ ଶାଖା ୱେଲ୍‌ଫେୟାର୍ ଡେଭେଲପ୍‌ମେଣ୍ଟ୍ ଏଣ୍ଡ୍ ବିଲଡିଂ ଇଷ୍ଟେଟ୍ ପ୍ରାଇଭେଟ୍ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ ପଦବୀରେ ଅଛନ୍ତି । ଆନ୍ଧ୍ରପ୍ରଦେଶର ଏହି ସଂସ୍ଥା ଓଡିଶା, ଛତିଶଗଡ, ତେଲେଙ୍ଗାନା ଭଳି ରାଜ୍ୟର ବିଭିନ୍ନ ସ୍ଥାନରେ ଶଖା କାର୍ଯ୍ୟାଳୟ ଖୋଲି ଲୋକଙ୍କ ନିକଟରୁ ଲକ୍ଷାଧିକ ଟଙ୍କା ଲୁଟ୍ କରିଛି ବୋଲି ଅଭିଯୋଗ ହୋଇଥିଲା ।

   Related Posts