suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ପାରିବାରିକ କଳହର କରୁଣ ପରିଣତି, ସ୍ୱାମୀକୁ କିରୋସିନି ଢାଳି ଜାଳିଦେଲା ସ୍ତ୍ରୀ
  • ||
  • ଭୂକମ୍ପରେ ଥରିଲା ଇରାନ : ୭ ମୃତ, ୪୪୦ରୁ ଅଧିକ ଆହତ
  • ||

ମୋ ସରକାର ସମୀକ୍ଷା: ଜିଲ୍ଲାପାଳମାନଙ୍କୁ ଅଧିକ ଫିଡ୍‌ବ୍ୟାକ ସଂଗ୍ରହ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

17/01/2023 at 11:58 PM

ଭୁବନେଶ୍ୱର ୦୭/୦୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟ ସରକାରଙ୍କ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା କରି ଜିଲ୍ଲାସ୍ତରରେ ଅଧିକ ଫିଡବ୍ୟାକ ସଂଗ୍ରହ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ମୁଖ୍ୟ ଶାସନ ସଚିବ ଏ ବିଷୟରେ ସମୀକ୍ଷା କରି ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏନେଇ ବିଭିନ୍ନ ବିଭାଗ ସେମାନଙ୍କ ଡାଟାବେସ୍‌କୁ ସୁଦୃଢ କରିବାକୁ ମଧ୍ୟ ନବୀନ ପରାମର୍ଶ ଦେଇଛନ୍ତି।

ସୂଚନାଥାଉକି,  ମୋ ସରକାର କାର୍ଯ୍ୟକ୍ରମରେ ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ବ୍ୟକ୍ତି ବିଶେଷଙ୍କୁ ଫୋନକଲ୍‌ ଜରିଆରେ ସେମାନେ କିଭଳି ବ୍ୟବହାର ପାଇଲେ ବା ତାଙ୍କ ସମସ୍ୟାର ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ନିଆଯାଉଛି କି ନାହିଁ, ସେ ସମ୍ପର୍କରେ ଜାଣିବା ପାଇଁ ବ୍ୟବସ୍ଥା ରହିଛି। ୨୦୧୯ ଅକ୍ଟୋବର ୨ ରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ୨୦୨୨ ମେ ୨୮ ରେ ମୁଖ୍ୟମନ୍ତ୍ରୀ ଏହାର ସମୀକ୍ଷା କରିଥିଲେ। ମଙ୍ଗଳବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ମିଶନ ଶକ୍ତି ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା କରାଯାଇଛି।

ଏହି  ସମୀକ୍ଷା ବୈଠକରେ ରାଜ୍ୟ ସରକାରଙ୍କ ୩୧ଟି ବିଭାଗର ୨୬୩ଟି ସେବା ମୋ ସରକାର ଅଧୀନକୁ ଆସିଛି। ମଙ୍ଗଳବାର ପର୍ଯ୍ୟନ୍ତ ସମୁଦାୟ ୩.୭୭ କୋଟି ଫିଡବ୍ୟାକ ସଂଗ୍ରହ କରାଯାଇଛି। ମୋ ସରକାରର ୧୧ଟି ପାରାମିଟରରୁ ୯ଟି ପାରାମିଟରରେ ଉନ୍ନତି ଆସିଛି। ସମସ୍ତ ବିଭାଗର ସାମଗ୍ରିକ ପ୍ରଦର୍ଶନ ଦୃଷ୍ଟିରୁ ୯୪.୯ ପ୍ରତିଶତ ଫିଡବ୍ୟାକ ଆଉଟଷ୍ଟାଣ୍ଡିଂଙ୍ଗ ବା ସର୍ବୋତ୍ତମ ରହିଛି।

ସମୀକ୍ଷାରୁ ଜଣାଯାଇଛି ଯେ, ସ୍ବାସ୍ଥ୍ୟ ବିଭାଗ ପ୍ରଦର୍ଶନ ସର୍ବୋତ୍ତମ ରହିଛି। ବିଶେଷକରି ସରକାରୀ ଡାକ୍ତରଖାନାଗୁଡ଼ିରେ ମିଳୁଥିବା ସେବା ବିଷୟରେ ଜନସାଧାରଣଙ୍କ ଫିଡବ୍ୟାକ ବହୁତ ଭଲ ରହିଛି। ୯୯ ପ୍ରତିଶତରୁ ଅଧିକ ମତ ଭଲ ବୋଲି ଜଣାଯାଇଛି। ସେହିପରି ବେସରକାରୀ ଡାକ୍ତରଖାନା ଗୁଡ଼ିକରେ ୯୮ ପ୍ରତିଶତ ଫିଡବ୍ୟାକ ଉତ୍ତମ ରହିଛି। ବିଶେଷକରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ଫିଡବ୍ୟାକ ନିଆଯାଇଛି। ଗୃହ ନିର୍ମାଣ ଓ ନିଗର ଉନ୍ନୟନ ବିଭାଗ କାମରେ ମଧ୍ୟ ଉନ୍ନତି ଆସିଛି ବୋଲି ଜଣାଯାଛି।

ସମୀକ୍ଷାରୁ ଜଣାଯାଇଛି ଯେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ୯୬ ପ୍ରତିଶତ, ରାଜସ୍ବ ବିଭାଗର ୯୮ ପ୍ରତିଶତ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୯୨ ପ୍ରତିଶତ ଫିଡବ୍ୟାକ ଅତି ଉତ୍ତମ ରହିଛି। ମିଶନ ଶକ୍ତି ବିଭାଗ ଅପେକ୍ଷାକୃତ ନୂଆ ବିଭାଗ ହୋଇଥିବାରୁ ଏହାର ଫିଡବ୍ୟାକ ବ୍ୟବସ୍ଥା ପ୍ରସ୍ତୁତ କରାଯାଉଛି।

ସବ୍‌ରେଜିଷ୍ଟର ଅଫିସ, ବିଲ୍‌ଡିଂ ପ୍ଲାନ ଅନୁମୋଦନ, ବିଲ୍‌ ପ୍ରଦାନ, ଜାତିଗତ ପ୍ରମାଣପତ୍ର ଇତ୍ୟାଦି ଦେବା କ୍ଷେତ୍ରରେ ସମସ୍ୟା ରହୁଛି ବୋଲି ଫିଡବ୍ୟାକରୁ ଜଣାଯାଇଛି। ଏସବୁ କ୍ଷେତ୍ରରେ ଅଧିକ ପାରଦର୍ଶିତାର ସହ କାମ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସମସ୍ତ ବିଭାଗ ନିଜ ନିଜର ସେବା ପ୍ରଦାନ କାର୍ଯ୍ୟକ୍ରମଗୁଡିକୁ ଅତ୍ୟନ୍ତ ଦକ୍ଷତାର ସହ ତୁଲାଇବାର ଆବଶ୍ୟକତା ରହିଛି।

   Related Posts