oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ସପ୍ତାହର ୫ଦିନ ଖୋଲାରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ, ଶନିବାର ଓ ରବିବାର ରହିବ ବନ୍ଦ

6/08/2021 at 3:48 PM

ବାରଙ୍ଗ ୬।୮: ସପ୍ତାହର ୫ ଦିନ ଖୋଲାରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଶନିବାର ଓ ରବିବାର ବନ୍ଦ ରହିବ ନନ୍ଦନକାନନ । କରୋନା ସଂକ୍ରମଣ ଯୋଗୁଁ ଏଭଳି ନିଷ୍ପତ୍ତି ନେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ ।

ଉଲ୍ଲେଖଯୋଗ୍ୟ ଯେ, ଗତ ୩ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡେନ । ଦୀର୍ଘ ୩ ମାସ ପରେ ଚିଡିଆଖାନା ବୁଲିଥିଲେ ପର୍ଯ୍ୟଟକ। ତେବେ କରୋନା କଟକଣା ମଧ୍ୟରେ ପର୍ଯ୍ୟଟକକୁ ସୀମିତ ସଂଖ୍ୟାରେ ପ୍ରବେଶ କରିବାକୁ ଅନୁମତି ମିଳିଥିଲା ।

ଚିଡିଆଖାନା ଭିତରେ ବୁଲିବା ପାଇଁ ବ୍ୟାଟେରୀ ଚାଳିତ ଗାଡ଼ିକୁ ଅନୁମତି ମିଳିନାହିଁ । ଏମିତି କି ବୋଟିଂ ପାଇଁ ମଧ୍ୟ ଅନୁମତି ଦିଆଯାଇନାହିଁ । ଅଳ୍ପ ସଂଖ୍ୟକ ଦର୍ଶକଙ୍କୁ ନନ୍ଦନକାନନ ଭିତରକୁ ଛଡ଼ାଯାଉଛି । ନନ୍ଦନକାନନ ଖୋଲିବା ନେଇ ରାଜ୍ୟ ସରକାର ଅଗଷ୍ଟ ମାସର ଗାଇଡ୍ ଲାଇନ୍ ରେ ଅନୁମତି ମିଳିଥିଲା । ମୁଖ୍ୟ ଗେଟରେ ଥର୍ମାଲ ସ୍କ୍ରିନିଂ, ସାନିଟାଇଜ ବାଧ୍ୟତାମୂଳକ କରାଯାଇଛି ।

ପର୍ଯ୍ୟଟକଙ୍କୁ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତ୍ବ ରଖିବାକୁ ନିର୍ଦ୍ଦେଶ ରହିଛି । ସେହିପରି ବଟାନିକାଲ ଗାର୍ଡେନ ବୁଲିବାକୁ ଆସୁଥିବା ପର୍ଯ୍ୟଟକ ମଧ୍ୟ କରୋନା କଟକଣା ମାନିବେ । ତେବେ ବର୍ତ୍ତମାନ ବଟାନିକାଲ ଗାର୍ଡେନରେ ବଣଭୋଜିକୁ ବନ୍ଦ ରଖାଯାଇଛି ।

   Related Posts