oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ଭଞ୍ଜବିହାର କ୍ୟାମ୍ପସ୍‌ରେ ବାଘ ! ଭୟଭୀତ ଛାତ୍ରଛାତ୍ରୀ ଓ ସ୍ଥାନୀୟ ଲୋକେ, ବନ ବିଭାଗର ପାଟ୍ରୋଲିଂ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୨ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଉଗ୍ରରୂପ ରୂପ ନେଲା ପାରିବାରିକ କଳହ, ଜୀବନ ହାରିଦେଲେ ଜିଲ୍ଲା ପରିଷଦ ସଭ୍ୟ
  • ||
  • ୫ ଦୋକାନ ଉପରେ ଚଢିଗଲା ସାର ବୋଝେଇ ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ୧୪ କର୍ମଚାରୀ
  • ||
  • ପୂଜାରେ ଭିଜିବ ପାର୍ବଣ, ଲଘୁଚାପ ପ୍ରଭାବରେ ୨୬ରୁ ୨୯ ଯାଏ ନିର୍ଦ୍ଧୁମ ଛେଚିବ
  • ||

ପାଖେଇ ଆସୁଛି ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ସରବୋରରୁ ଡଙ୍ଗା କାଢିଲେ ଭୋଇ ସେବାୟତ

16/04/2022 at 1:59 PM

ପୁରୀ ୧୬।୦୪: ପାଖେଇ ଆସୁଛି ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ।  ଆସନ୍ତା ମେ ୩ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା। ଏହି ଦିନ ଠାରୁ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ବା ଜଳକ୍ରୀଡା ଆରମ୍ଭ ହେବ। ସେଥିଲାଗି ପ୍ରସ୍ତୁତି ମଧ୍ୟ ଜୋରଦାର ଚାଲିଛି ।

ଖବର ଅନୁଯାୟୀ, ନରେନ୍ଦ୍ର ସରବୋରରେ ନନ୍ଦା ଓ‌ ଭଦ୍ରା ଚାପରେ ନୌକା ବିହାର କରିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମାଙ୍କ ସହ ଭୂଦେବୀ, ଶ୍ରୀଦେବୀ ଓ ପଞ୍ଚ ପାଣ୍ଡବ। ଏଥିପାଇଁ ଭୋଇ ସର୍ଦ୍ଦାର ରବି ଭୋଇଙ୍କ ତତ୍ତ୍ଵାବଧାନରେ ଭୋଇ ସେବାୟତମାନେ ନରେନ୍ଦ୍ର ସରବୋରରୁ ଡଙ୍ଗା କାଢିଛନ୍ତି ।

ନନ୍ଦା ଓ ଭଦ୍ରା ଚାପରେ ବ୍ୟବହୃତ ଚାରୋଟି ଡଙ୍ଗା ସହ ବୈଜୟନ୍ତରୀ ଡଙ୍ଗାକୁ ମିଶାଇ ମୋଟ ପାଞ୍ଚୋଟି ଡଙ୍ଗା କଢାଯାଇଛି। ଏହି ଡଙ୍ଗା ଗୁଡିକ ଶୁଖାଯିବା ସହ ଏହାର ଆବଶ୍ୟକୀୟ ମରାମତି କରାଯିବ। ଗତବର୍ଷ ଚନ୍ଦନ ଯାତ୍ରା ସରିବା ପରେ ଏହି ଡଙ୍ଗା ଗୁଡିକ ବୁଡାଇ ରଖାଯାଇଥିବା ବେଳେ ଶନିବାର ସକାଳୁ ୩୦ ଜଣ ଭୋଇ ସେବାୟତ ଅକ୍ଳାନ୍ତ ପରିଶ୍ରମ କରି ପାଞ୍ଚୋଟି ଡଙ୍ଗାକୁ କାଢିଛନ୍ତି।

ସେପଟେ ରଥନିର୍ମାଣ ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଥଖଳା ବା ମହାଖଳା ନିର୍ମାଣ ଚାଲିଥିବା କହିଛନ୍ତି ବରିଷ୍ଠ ରଥ ତତ୍ତ୍ବାବଧାରକ। କରୋନା ମହାମାରୀ ଯୋଗୁ ଗତ ଦୁଇବର୍ଷ ଧରି ବିନା ଭକ୍ତରେ ମହାପ୍ରଭୁଙ୍କ ସମସ୍ତ ଯାନି ଯାତ୍ରା ଅନୁଷ୍ଠିତ ହେଉଥିବା ବେଳେ ଚଳିତ ବର୍ଷ ଭକ୍ତ ଙ୍କ ଗହଣରେ ମହାପ୍ରଭୁଙ୍କ ଚାପ ଖେଳ ଅନୁଷ୍ଠିତ ହେବାକୁ ଥିବାରୁ ସମସ୍ତ ଙ୍କ ମନରେ ବେଶ୍ ଉତ୍ସାହ ପ୍ରକାଶ ପାଇଛି।

   Related Posts