oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ବରମୁଣ୍ଡା ବସ୍‌ଷ୍ଟାଣ୍ଡ ଉନ୍ନତୀକରଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ୧୮ ମାସରେ ସରିବ କାମ, ବିକାଶ ପାଇଁ ଖର୍ଚ୍ଚ ହେବ ୧୮୦ କୋଟି ଟଙ୍କା

10/12/2020 at 5:53 PM

ଭୁବନେଶ୍ବର ୧୦/୧୨: ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରମୁଣ୍ଡାର ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ଏହି କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ଏହି ପ୍ରକଳ୍ପର ଦୁଇଟି ଭାଗ ରହିଛି । ଗୋଟିଏ ଖଣ୍ଡଗିରିସ୍ଥ ବସ୍‌ ଡିପୋ ଏବଂ ଅନ୍ୟଟି ବରମୁଣ୍ଡା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲ । ଖଣ୍ଡଗିରି ବସ୍‌ ଡିପୋ କାର୍ଯ୍ୟ ସମ୍ପୁର୍ଣ୍ଣ ହୋଇଯାଇଛି ଏବଂ ମୁଖ୍ୟମନ୍ତ୍ରୀ ଆଜି ତାହା ବୁଲି ଦେଖିଥିଲେ ଏବଂ ଉନ୍ନତ ନିର୍ମାଣ କାର୍ଯ୍ୟ ସହିତ ବସ୍‌ ରହିବାର ସୁବ୍ୟବସ୍ଥା ହୋଇଥିବାରୁ ସନ୍ତୋଷ ପ୍ରକାଶ କରିଥିଲେ ।

ବରମୁଣ୍ଡା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲକୁ ପୂର୍ବ ଭାରତର ପ୍ରମୁଖ ବସ୍‌ ଟର୍ମିନାଲ ଭାବରେ ଗଢି ତୋଳିବାକୁ ରାଜ୍ୟ ସରକାରଙ୍କର ଲକ୍ଷ୍ୟ ରହିଛି। ଅତ୍ୟାଧୁନିକ ଡିଜାଇନ ସହିତ ଯାତ୍ରୀମାନଙ୍କର ସୁବିଧା ସୁଯୋଗ, ବସ୍‌ ମାନଙ୍କର ପ୍ରସସ୍ଥ ପ୍ରବେଶ ଓ ପ୍ରସ୍ଥାନ ତଥା ବାଣିଜ୍ୟିକ ସ୍ଥାନ ଆଦି ଉପରେ ଏଥିରେ ସ୍ବତନ୍ତ୍ର ଗୁରୁତ୍ବ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ 5T କାର୍ଯ୍ୟକ୍ରମ ଅଧିନରେ ଏହି ଆନ୍ତଃରାଜ୍ୟ ବସ ଟର୍ମିନାଲର ରୂପାନ୍ତରୀକରଣ କାର୍ଯ୍ୟ ହାତକୁ ନିଆଯାଇଛି । ଏହି କାର୍ଯ୍ୟ ପାଇଁ ମୋଟ ୧୮୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଭି.କେ. ପାଣ୍ଡିଆନ, ଭୁବନେଶ୍ବର ମହାନଗର ନିଗମର କମିଶନର ଓ ପୋଲିସ କମିଶନର ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

   Related Posts