ଇଣ୍ଡିଆ ଟୁ-ଡେ’ ମୁଡ୍ ଅଫ୍ ଦି ନେସନ୍ ସର୍ଭେ, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାରେ ପୁଣି ନବୀନ ନମ୍ବର ଓ୍ବାନ୍

Published By : Prameya-News7 Bureau | August 26, 2023 IST

ନୂଆଦିଲ୍ଲୀ ୨୬।୦୮: ନବୀନ ପୁଣି ନମ୍ବର-1 । ଜାତୀୟ ସ୍ତରରେ ପୁଣି ଝଟକିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଇଣ୍ଡିଆ ଟୁଡେ ମୁଡ୍ ଅଫ ଦି ନେସନ ସର୍ଭେରେ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ।

ଇଣ୍ଡିଆ ଟୁଡେ ମୁଡ୍ ଅଫ ଦି ନେସନ ସର୍ଭେରେ ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ସ୍ଥାନ ଅଳଙ୍କୃତ କରିଛନ୍ତି ନବୀନ । ସର୍ଭେରେ ନବୀନ ପଟ୍ଟନାୟକଙ୍କୁ ୬୧ ଦଶମିକ ୩ ପ୍ରତିଶତ ସମର୍ଥନ ମିଳିଛି । ନିରବଚ୍ଛିନ୍ନ ଭାବେ ୨୦୦୦ ମସିହାରୁ ଏଯାଏ ମୁଖ୍ୟମନ୍ତ୍ରୀ ଥିବା ନବୀନ ପଟ୍ଟନାୟକ ସୁଶାସନ, ବିକାଶ, ଜନହିତକର କାର୍ଯ୍ୟ କ୍ଷେତ୍ରରେ ଜାତୀୟ ସ୍ତରରେ ବାରମ୍ବାର ଏକ ନମ୍ବର ହୋଇଆସୁଛନ୍ତି । ମୋ ସରକାର, ଫାଇଭ-ଟି ରୂପାନ୍ତରଣ ଜରିଆରେ ଓଡିଶାରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିଛନ୍ତି ନବୀନ । ସ୍ବାସ୍ଥ୍ୟସେବା, ଶିକ୍ଷା, ସ୍ବଚ୍ଛତା, କ୍ରୀଡ଼ା ଭଳି ସମସ୍ତ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ସୃଷ୍ଟି କରିଛନ୍ତି ନୂଆ ଉଦାହରଣ ।

ସେହିପରି ବିଶ୍ବକପ୍ ହକିର ସଫଳ ଆୟୋଜନ, ବିଶ୍ବର ସର୍ବବୃହତ ହକି ଷ୍ଟାଡିଅମ ନିର୍ମାଣ ସାରା ବିଶ୍ବରେ ନୂଆ ପରିଚୟ ଦେଇଛି । ତାଲିକାର ଦ୍ବିତୀୟ ସ୍ଥାନରେ ଅଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ । ତାଙ୍କୁ ୫୯ ଦଶମିକ ୧ ପ୍ରତିଶତ ସମର୍ଥନ ମିଳିଛି । ତୃତୀୟ ସ୍ଥାନରେ ରହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ । ତାଙ୍କୁ ମିଳିଛି ୫୭ ଦଶମିକ ୭ ପ୍ରତିଶତ ସମର୍ଥନ। ଚତୁର୍ଥ ସ୍ଥାନରେ ଛନ୍ତି ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ । ପଞ୍ଚମ ସ୍ଥାନରେ ରହିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ।

wp:embed {"url":"https://www.prameyanews7.com/former-south-africa-superstar-ab-de-villiers-has-suggested-virat-kohli-could-be-the-answer-to-indias-no-4/","type":"wp-embed","providerNameSlug":"prameya-news-7"}
https://www.prameyanews7.com/former-south-africa-superstar-ab-de-villiers-has-suggested-virat-kohli-could-be-the-answer-to-indias-no-4/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.