ବିଜେଡି ସଭାପତି ପଦ ପାଇଁ ଗୁରୁବାର ନବୀନ ପଟ୍ଟନାୟକ ନାମାଙ୍କନ ଭରିବେ : ଦେବୀ ମିଶ୍ର

Published By : Prameya-News7 Bureau | April 16, 2025 IST

ଭୁବନେଶ୍ବର ୧୬।୪: ବିଜେଡିର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାରି ରହିଛି । ଗୁରୁବାର ସଭାପତି ପାଇଁ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ । ବିଜେଡି ସଭାପତି ପଦ ପାଇଁ ନବୀନ ନାମାଙ୍କନ ଭରିବେ ବୋଲି ବିଜେଡି ସମନ୍ନୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର କହିଛନ୍ତି । ଆସନ୍ତା ୧୯ ତାରିଖରେ ବିଧିବଦ୍ଧ ଭାବେ ଘୋଷଣା କରାଯିବ । ଦୁଇଦିନ ଭିତରେ ବିଜେଡି ରାଜ୍ୟ ପରିଷଦ ଓ କାର୍ଯ୍ୟକାରିଣୀ ଗଠନ ହେବ । ସଭାପତି ଘୋଷଣା ପରେ ପର୍ଯ୍ୟାୟ କ୍ରମେ ବିଭିନ୍ନ ଛାମୁଆ ସଂଗଠନ ସଭାପତିଙ୍କ ନାଁ ଘୋଷଣା ହେବ । 

ସେପଟେ ମଙ୍ଗଳବାର ୧୮ଟି ଜିଲ୍ଲାର ବିଜେଡି ସଭାପତିଙ୍କ ନାଁ ଘୋଷଣା ହୋଇଥିଲା । ଅନୁଗୁଳ ଜିଲ୍ଲାର ବିଜେଡି ସଭାପତି ପାଇଁ ବ୍ରଜକିଶୋର ପ୍ରଧାନ, ବରଗଡ ପାଇଁ ସୁଶାନ୍ତ କୁମାର ମହାପାତ୍ର, ଭଦ୍ରକ ପାଇଁ ଜଗନ୍ନାଥ ସ୍ଵାଇଁ, ବୌଦ୍ଧ ପାଇଁ ପ୍ରଦୀପ କୁମାର ଅମାତ, ଦେବଗଡ଼ ପାଇଁ ରୋମାଞ୍ଚ ରଞ୍ଚନ ବିଶ୍ଵାଳ, ଗଜପତି ପାଇଁ ପ୍ରଦୀପ ନାୟକ, ଜଗତସିଂହପୁର ପାଇଁ ପ୍ରଶାନ୍ତ କୁମାର ମୁଦୁଲି, ଯାଜପୁର ପାଇଁ ସରୋଜ କୁମାର ମହାପାତ୍ର, ଝାରସୁଗୁଡ଼ା ପାଇଁ ହରିଶ ଗନ୍ତରା ନିଯୁକ୍ତ ହୋଇଛନ୍ତି ।

ସେହିପରି କନ୍ଧମାଳ ଜିଲ୍ଲାର ବିଜେଡି ସଭାପତି ଭାବେ ପଦ୍ମନାଭ ବେହେରା, ମାଲକାନଗିରି ପାଇଁ ମାନସ ମାଡକାମି, ମୟୂରଭଞ୍ଜ-୧ ପାଇଁ ସୁଦାମ ମାରାଣ୍ଡି, ନବରଙ୍ଗପୁର ପାଇଁ ମନୋହର ରନ୍ଧାରୀ, ନୟାଗଡ଼ ପାଇଁ ରମେଶ ଚନ୍ଦ୍ର ବେହେରା, ନୂଆପଡ଼ା ପାଇଁ ଅବନୀ ରଞ୍ଜନ ଯୋଶୀ, ପୁରୀ ପାଇଁ ଉମାକାନ୍ତ ସାମନ୍ତରାୟ, ସୁବର୍ଣ୍ଣପୁର ପାଇଁ ସରୋଜ କୁମାର କାମ୍ପା ଓ ସୁନ୍ଦରଗଡ଼ ପାଇଁ ଯୋଗେଶ ସିଂଙ୍କୁ ବିଜେଡି ଜିଲ୍ଲା ସଭାପତି ଭାବେ ଦଳ ଘୋଷଣା କରିଛି ।

ସୂଚନାଯୋଗ୍ୟ ଯେ, ଏପ୍ରିଲ ଶେଷ ସୁଦ୍ଧା ବିଜେଡିର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ସରିବ । ଏପ୍ରିଲ ସୁଦ୍ଧା ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ ।  ସେହି ଅନୁସାରେ ଏପ୍ରିଲ ୧୩ ତାରିଖ ସୁଦ୍ଧା ଜିଲ୍ଲା ସଭାପତି ମାନେ ନାମାଙ୍କନ ପତ୍ର ଦାଖଲ କରିଥିଲେ ।  ଜିଲ୍ଲା ସଭାପତି ନିର୍ବାଚନ ପରେ   ରାଜ୍ୟ   ପରିଷଦ  ଓ ରାଜ୍ୟ କାର୍ଯ୍ୟକାରିଣୀ  ଗଠନ ହେବ । ତା ପରେ ରାଜ୍ୟ ସଭାପତି ନିର୍ବାଚନ ସରିବ । ଏହା ପରେ ସଭାପତି ସଙ୍ଗଠନରେ  କାହାକୁ ନେବେ ନିଷ୍ପତି ନେବେ । ୨୦୧୯ରେ ବିଜେଡିର ସାଂଗଠନିକ ନିର୍ବାଚନ ଶେଷ ଥର ପାଇଁ ହୋଇଥିଲା ।    ୨୦୨୪ରେ  ସାଧାରଣ ନିର୍ବାଚନ ଥିବାରୁ ସାଂଗଠନିକ ନିର୍ବାଚନ ହୋଇନଥିଲା । ସାଙ୍ଗଠନିକ ନିର୍ବାଚନ ପାଇଁ  ଆଉ ଗୋଟିଏ ବର୍ଷ ସମୟ ମାଗିଥିଲା ବିଜେଡି । 

You Can Read:

ରୋଡ଼୍ ସଂଯୋଗୀକରଣରେ ଓଡ଼ିଶା ୧ ନମ୍ବର ହେବ, ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.