suno sunao
Aao Nxt
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବେଙ୍ଗଲ ଦଙ୍ଗା ଉପରେ ଫିଲ୍ମ କରିବ ବିଜେପି, ସ୍ବାଧୀନତା ସମୟରେ କଲିକତା ସ୍ଥିତିର ମିଳିବ ଝଲକ
  • ||
  • ଶେଷ ପର୍ଯ୍ୟନ୍ତ ଲଢ଼ି ଅଷ୍ଟ୍ରେଲିଆ ‘ଏ’ କୁ ୨-୧ରେ ହରାଇଲା ଭାରତୀୟ ମହିଳା ହକି ଦଳ
  • ||
  • କୁସ୍ତି ଯୋଦ୍ଧାଙ୍କ ସମର୍ଥନରେ ବାହାରିଲେ ରାମଦେବ, କହିଲେ ମା’ଭଉଣୀଙ୍କ ବିଷୟରେ ବେକାର କଥା କହୁଥିବା ବ୍ରିଜ ଭୂଷଣଙ୍କୁ ଗିରଫ କର
  • ||
  • ଦିଲ୍ଲୀ ୟୁନିଭର୍ସିଟି ସିଲାବସରୁ ହଟିଲା ‘ସାରେ ଜାହାଁ ସେ ଆଚ୍ଛା’ର ଲେଖକ ମହମ୍ମଦ ଇକ୍‌ବାଲଙ୍କ ବିଷୟ
  • ||
  • ଏବେ ଉତ୍ତରାଖଣ୍ଡ ସଂଲଗ୍ନ LACରେ ଦ୍ରୁତ ଗତିରେ ଗାଁ ଗଢି ଚାଲିଛି ଚୀନ, ସୈନ୍ୟ ଶିବିର ବି ନିର୍ମାଣ କରୁଛି
  • ||
  • ହାଇଦ୍ରାବାଦ: କେନ୍ଦ୍ରର ଅଧ୍ୟାଦେଶ ବିରୋଧରେ ସମର୍ଥନ ପାଇଁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେଜରିଓ୍ଵାଲ
  • ||
  • ନୂଆଦିଲ୍ଲୀ: ଜବାହରଲାଲ ନେହେରୁଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ରାହୁଲ ଗାନ୍ଧୀ
  • ||
  • IPL 2023: ମୁମ୍ବାଇକୁ ହରାଇ ଲଗାତାର ୨ୟ ଥର ଫାଇନାଲ୍‌ରେ ଗୁଜରାଟ ଟାଇଟନ୍ସ, ରବିବାର ଚେନ୍ନାଇ ସହ ଟାଇଟଲ୍ ମୁକାବିଲା
  • ||
  • ବିଜେପି ସରକାରର ୯ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ୯ଟି ପ୍ରଶ୍ନ କଲା କଂଗ୍ରେସ
  • ||
  • ଟିଏମ୍‌ସି ସାଂସଦ ଅଭିଷେକ ବାନାର୍ଜୀଙ୍କ କାର୍କେଡ୍‌ ଉପରେ ଆକ୍ରମଣ, ଇଟା ଫିଙ୍ଗି ଭାଙ୍ଗିଲେ ମନ୍ତ୍ରୀଙ୍କ କାର୍ କାଚ
  • ||

ଆଜି ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ ; ଶପଥ ଗ୍ରହଣ ସମାରୋହ ପାଇଁ ସଜେଇ ହେଇଛି ପ୍ରଦର୍ଶନୀ ପଡିଆ, ସୁରକ୍ଷାରେ ୨୫ ପ୍ଲାଟୁନ୍ ଫୋର୍ସ ମୁତୟନ

29/05/2019 at 7:51 AM

ଭୁବନେଶ୍ବର ୨୯|୫: ଆଜି ଶପଥ ନେବେ ଟିମ୍ ନବୀନ । ପୂର୍ବାହ୍ନ ସାଢେ ୧୦ଟାରେ ନବୀନ ପଟ୍ଟନାୟକ ପଞ୍ଚମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବାକୁ ଥିବା  ଶପଥ ଗ୍ରହଣ ଉତ୍ସବରେ ନବୀନଙ୍କ ସହ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ମଧ୍ୟ ଶପଥ ଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀ ଓ ତାଙ୍କ ମନ୍ତ୍ରୀ ପରିଷଦକୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । 

ଶପଥ ଗ୍ରହଣ ଉତ୍ସବ ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଶପଥ ଗ୍ରହଣ ଉତ୍ସବରେ ୨୫ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି । ପୁରା ଏରିଆ ଉପରେ ସିସିଟିଭି ନଜର ରଖିଛି ।  ଉତ୍ସବ ସ୍ଥଳରେ ୩୦ଟି ସିସିଟିଭି ଲାଗିଛି ।  ମେଟାଲ ଡିଟେକ୍ଟର ଓ ସନ୍ଧାନୀ କୁକୁରର ବ୍ୟବସ୍ଥା କରାଯାଇଛି । ଶପଥ ଗ୍ରହଣ ଉତ୍ସବ ସ୍ଥଳରେ ମୋଟ୍ ୫ଟି ଗେଟ୍ କରାଯାଇଛି ।

ଟ୍ରାଫିକ୍ ଜାମ୍ ନହେବା ପାଇଁ ୩ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଛି । ମଧୁସୂଦନ ପାର୍କ, କ୍ୟାପିଟାଲ୍ ହାଇସ୍କୁଲ୍ ପଡ଼ିଆ ଏବଂ ପ୍ରଦର୍ଶନୀ ପଡ଼ିଆ ପାର୍ଶ୍ବରେ ପାର୍କିଂ କରାଯିବ । ବିଭିନ୍ନ ସ୍ଥାନରେ ସୁରକ୍ଷା ଯାଞ୍ଚ କରାଯାଇଛି । ପ୍ରଦର୍ଶନୀ ପଡିଆକୁ ତନ୍ନ ତନ୍ନ କରି ଯାଞ୍ଚ କରିଛି ସନ୍ଧାନୀ କୁକୁର । ଏଥି ସହ କମିଶନରେଟ୍ ପୋଲିସ ପକ୍ଷରୁ ସୁରକ୍ଷା ମକ୍ ଡ୍ରିଲ୍ ମଧ୍ୟ କରାଯାଇଛି ।

   Related Posts