ଭୁବନେଶ୍ୱର ୭।୧୧: ବନ୍ୟା ଦୁର୍ଗତ ଗଞ୍ଜାମ ଗଜପତି ଓ କନ୍ଧମାଳର ଲୋକ ମାନଙ୍କ ପ୍ରତି ସମବେଦନା ଜଣାଇ ଦୀପାବଳି ପାଳନ କରିବେ ନାହିଁ ବୋଲି ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ନବୀନ ପଟ୍ଟନାୟକ କହିଛନ୍ତି ଯେ, ଅର୍ଣ୍ଣବ ବାତ୍ୟା ଜନିତ ବନ୍ୟା ଯୋଗୁଁ ଗଞ୍ଜାମ ଓ ଗଜପତିରେ ନାହିଁ ନଥିବା କ୍ଷତି ହୋଇଛି । ଲୋକମାନେ ଅକଥନୀୟ ଦୁଃଖରେ ଅଛନ୍ତି ।

କନ୍ଧମାଳରେ ଭୂସ୍ଖଳନ ଯୋଗୁଁ ମାଟି ତଳେ ଚାପି ହୋଇଥିବା ନିଖୋଜ ସବୁ ଲୋକ ଙ୍କୁ ଏ ପର୍ଯ୍ୟନ୍ତ ଉଦ୍ଧାର କରାଯାଇ ପାରିନାହିଁ । ତେଣୁ ଲୋକଙ୍କ ଏ ଦୁଃଖ ସମୟରେ ଦୀପାବଳି ପାଳନ କରିବେ ନାହିଁ ବୋଲି ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି ।

Also Read:- ଝାରସୁଗୁଡ଼ାରୁ ନିଖୋଜ, ସୁନ୍ଦରଗଡ଼ ଜଙ୍ଗଲରେ ମିଳିଲା ଯବାନଙ୍କ ମୃତଦେହ

ସୂଚନାଯୋଗ୍ୟ ଯେ, ନବୀନ ପଟ୍ଟନାୟକ ଏବେ ଗଞ୍ଜାମର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖୁଛନ୍ତି ।