ଭୁବନେଶ୍ୱର ୨୨।୦୭ : ମୁଁ ଓ ମୋ ଦଳ ଅତି ଦୁଃଖିତ । କାରଣ ବର୍ତ୍ତମାନର ରାଜ୍ୟ ସରକାର ରାଜ୍ୟପାଳଙ୍କ ପୁଅ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇନାହାନ୍ତି । ଯିଏ କି ସରକାରୀ ଅଧିକାରୀଙ୍କୁ ମାଡ଼ମାରିଲେ। ଏହା ମତେ ଆଘାତ ଦେଇଛି ବୋଲି କହିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ରାଜ୍ୟରେ ଆଇନ ଶୃଙ୍ଖଳା ଭାଙ୍ଗି ଯାଇଛି। ମୁଁ ମୁଖ୍ୟମନ୍ତ୍ରୀ ଥିବା ସମୟରେ ବିଧାୟକ, ମନ୍ତ୍ରୀ କି ସରକାରୀ ଅଧିକାରୀ ଯିଏ ଵି ଆଇନ ଭାଙ୍ଗୁଥିଲେ । ମୁଁ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉଥିଲି । ରାଜ୍ୟପାଳଙ୍କ ପୁଅ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନ ହୋଇଥିବାରୁ.. ଆମେ ଗୃହ ପରିତ୍ୟାଗ କରିଲୁ ।