ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ NDA ବୈଠକ, ସାମିଲ ହେବେ ମେଣ୍ଟ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | May 25, 2025 IST

ନୂଆଦିଲ୍ଲୀ ୨୫।୦୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ଏନଡିଏ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ ହେବ। ନୂଆଦିଲ୍ଲୀର ଅଶୋକା ହୋଟେଲରେ ପୂର୍ବାହ୍ନ ୧୦ ଟାରୁ ୨ଟା ପର୍ଯ୍ୟନ୍ତ ଏହି ସମ୍ମିଳନୀ ହୋଟେଲରେ ଚାଲିବ। ଏଥିରେ NDA ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ସାମିଲହେବେ। 

ପହଲଗାମ ଆତଙ୍କୀ ଆକ୍ରମଣ ପରେ ପାକିସ୍ତାନ ଓ ପିଓକେରେ ଥିବା ଆତଙ୍କୀ ଶିବିର ଧ୍ୱଂସ, ଅପରେସନ ସିନ୍ଦୂର, ଭାରତ-ପାକ୍ ମଧ୍ୟରେ ବର୍ତମାନ ଲାଗି ରହିଥିବା ତିକ୍ତତା ଆଦି ସମ୍ପର୍କରେ ଆଲୋଚନା ହେବ। ପ୍ରଧାନମନ୍ତ୍ରୀ ମୋଦି ଏନଡିଏ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କୁ ଘଟଣା ସମ୍ପର୍କରେ ସୂଚନା ଦେବେ । ଜାତୀୟ ସୁରକ୍ଷା ଓ ଆତଙ୍କବାଦ ବିରୋଧରେ ସରକାରଙ୍କ କଠୋର ଆଭିମୁଖ୍ୟର ବାର୍ତ୍ତା ଦେବା ହେଉଛି ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ। ଜାତୀୟ ସୁରକ୍ଷା କ୍ଷେତ୍ରରେ ଏନଡିଏର ଆଭିମୁଖ୍ୟ ସମ୍ପର୍କରେ ମଧ୍ୟ ଏହି ସମ୍ମିଳନୀରେ ଆଲୋଚନା ହେବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.