ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

ରାଜ୍ୟରେ ଖୋଲିବ ୩୬ଟି ନୂଆ ପୋଲିସ ଥାନା, ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

27/08/2022 at 1:00 PM

ଭୁବନେଶ୍ୱର ୨୭/୦୮: ବର୍ଦ୍ଧିତ ଜନସଂଖ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟରେ ଆଉ ୩୬ଟି ନୂଆ ପୋଲିସ ଥାନା ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହି ଥାନା ଗୁଡିକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ନୂତନ ଭାବରେ ଖୋଲୁଥିବା ଏହି ନୂଆ ଥାନା ଗୁଡିକ ହେଲା – ଅନୁଗୁଳର ବଗେଡିଆ ଓ ଗୋପାଳପ୍ରସାଦ, ବାଲେଶ୍ବରର ଗୋପଳପୁର ଓ ଅନନ୍ତପୁର, ବରଗଡର ବରଗଡ ଗ୍ରାମାଞ୍ଚଳ, ବ୍ରହ୍ମପୁରର ନିମଖଣ୍ଡି, ବଲାଙ୍ଗୀରର ଲକ୍ଷ୍ମୀଜୋର ଓ ଆଗଲପୁର, ବଉଦର ଘଣ୍ଟାପଡା, ଭୁବନେଶ୍ବର କମିଶନରେଟର ମୈତ୍ରୀ ବିହାର, କଟକ ଗ୍ରାମାଞ୍ଚଳର ମାଣିଆବନ୍ଧ, ଜୋଡୁମ ଓ ଭଦ୍ରେଶ୍ବର, ଦେବଗଡର ଲାଇମୁରା, ଢେଙ୍କାନାଳର ମହାବୀର ରୋଡ, ଗଞ୍ଜାମର ବେଗୁନିଆପଡା ଓ କୋଟିନଡା, ଜଗତସିଂପୁରର କୃଷ୍ଣନନ୍ଦପୁର, ଯାଜପୁରର ଅଳକୁଣ୍ଡ, ବ୍ରହ୍ମବରଦା ଓ ଦଶରଥପୁର, ଝାରସୁଗୁଡାର ଏୟାରପୋର୍ଟ ପୋଲିସ ଷ୍ଟେସନ, କଳାହାଣ୍ଡିର କରଲାପାଟ, କଲାମପୁର, କେନ୍ଦ୍ରାପଡାର ପଟାମୁଣ୍ଡାଇ ଗ୍ରାମାଞ୍ଚଳ, କୁଦାନଗରୀ କୋରୁଆ, କେନ୍ଦୁଝରର ମନୋହରପୁର, ଖୋର୍ଦ୍ଧାର ନାଚୁଣୀ, କୋରାପୁଟର ସୁଙ୍କି, ମାଲକାନଗିରିର ମାଲକାନଗିରି ସଦର କୋରକୁଣ୍ଡା, ମୟୁରଭଞ୍ଜର ଭଞ୍ଜପୁର, ନଗରଂଗପୁର ମଇଦଲପୁର, ପୁରୀର ଚାରିଛକ, ରାୟଗଡାର ରାମନାଗୁଡା, ସମ୍ବଲପୁରର ବରେଇପାଲି ଏବଂ ସୁବର୍ଣ୍ଣପୁରର ଲଚ୍ଛିପୁର ଥାନା ।

ଏ ସମସ୍ତ ନୂଆ ଥାନାଗୁଡିକ ବର୍ତ୍ତମାନ ଥିବା ଥାନାର ବିଭକ୍ତୀକରଣ ତଥା ଫାଣ୍ଡିଗୁଡିକର up-gradation କରାଯାଇ ସୃଷ୍ଟି କରାଯାଇଛି । ଏହି ନୂତନ ଥାନା ଗୁଡିକ ନିମନ୍ତେ inspector ଠାରୁ ଆରମ୍ଭ କରି କନଷ୍ଟେବଳ ପର୍ଯ୍ୟନ୍ତ ବିଭିନ୍ନ ପାହ୍ୟାରେ ୫୬୩ ଟି ନୂଆ ପଦବୀ ସୃଷ୍ଟି କରାଯାଇଛି । ଏହି ନୁଆ ୩୬ଟି ଥାନା ପ୍ରତିଷ୍ଠା ହେଵା ଦ୍ବାରା ଜନସାଧାରଣଙ୍କୁ ଉତ୍ତମ ପୋଲିସ ସେବା ଯୋଗାଇ ଦେବା ଦିଗରେ ଓଡିଶା ପୋଲିସର ଉଦ୍ୟମ ଆହୁରି ଶକ୍ତିଶାଳୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।

   Related Posts