ମଙ୍ଗଳବାର ଶପଥ ନେବେ ନୂଆ ମୂଖ୍ୟ ବିଚାରପତି, ଜଷ୍ଟିସ ତାଳପତ୍ରଙ୍କୁ ଶପଥ ପାଠ କରାଇବେ ରାଜ୍ୟପାଳ

Published By : Prameya-News7 Bureau | August 07, 2023 IST

କଟକ ୦୭/୦୮: ହାଇକୋର୍ଟର ନୂଆ ମୂଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ହାଇକୋର୍ଟ ପରିସରରେ ଶପଥ ପାଠ କରାଇବେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ ।

ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି । ଜଷ୍ଟିସ୍ ତାଳପତ୍ରଙ୍କ ନାଁ ସୁପାରିସ୍ କରିଥିଲେ ସୁପ୍ରିମକୋର୍ଟ କଲେଜିୟମ । ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ୍ ତାଳପତ୍ର । ବର୍ତ୍ତମାନ ହାଇକୋର୍ଟ ମୁଖ୍ୟ ବିଚାରପତି ଥିବା ଏସ୍. ମୁରଲୀଧର ସୋମବାର ଅର୍ଥାତ୍ ଅଗଷ୍ଟ ୭ରେ ଅବସର ନେବେ ।

ସୂଚନା ଥାଉକି, ତ୍ରିପୁରା ହାଇକୋର୍ଟର ବିଚାରପତି ଥିବା ଜଷ୍ଟିସ ଶୁଭା‌ଶିଷ ତାଳପତ୍ରଙ୍କ ଓଡ଼ିଶା ହାଇକୋର୍ଟକୁ ବଦଳି ପାଇଁ ୨୦୨୨ ମସିହାରେ ସୁପାରିସ କରାଯାଇଥିଲା । ଏହାପରେ ସେ ଜୁନ ୧୦ ତାରିଖରେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ସେ ଶପଥ ନେଇଥିଲେ । ସେବେଠୁ ସେ ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ କାମ କରୁଥିବା ବେଳେ ଆସନ୍ତା ମାସ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ।

୧୯୬୧, ଅକ୍ଟୋବର ୪ରେ ତ୍ରିପୁରାର ଉଦୟପୁର ଠାରେ ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କ ଜନ୍ମ । କଲିକତା ବିଶ୍ୱବିଦ୍ୟାଳୟରୁ ସେ ଆଇନ୍‌ରେ ସ୍ନାତକ କରିଛନ୍ତି । ୨୦୧୧, ନଭେମ୍ବର ୧୫ରେ ସେ ଗୌହାଟୀ ହାଇକୋର୍ଟର ବିଚାରପତି ଭାବେ ଶପଥଗ୍ରହଣ କରିଥିଲେ । ୨୦୧୩ ସେପ୍ଟେମ୍ବର ୧୩ରେ ସେ ତ୍ରିପୁରା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ୨୦୧୮, ନଭେମ୍ବର ୨ରୁ ୧୩ ତାରିଖ ଓ ୨୦୧୯, ନଭେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସେ ତ୍ରିପୁରା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନିର୍ବାହ କରିଥିଲେ।

you can also read...

wp:embed {"url":"https://www.prameyanews7.com/justice-shudashisha-talapatra-will-be-the-chief-justice-of-the-high-court/","type":"wp-embed","providerNameSlug":"prameya-news-7"}
https://www.prameyanews7.com/justice-shudashisha-talapatra-will-be-the-chief-justice-of-the-high-court/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.