ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର, ଆଉ ହାତଯୋଡି କ୍ଷମା ବି ମାଗିଲେ…
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ଦେଶରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୫ ହଜାରରୁ ଅଧିକ ପଜିଟିଭ୍

24/08/2021 at 10:48 AM

ନୂଆଦିଲ୍ଲୀ ୨୪/୦୮: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୫୪ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୫,୪୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୫୪ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୨୪ ଲକ୍ଷ ୭୪ ହଜାର ୭୭୩ରେ ପହଞ୍ଚିଛି । ସେହିପରି ମୋଟ ଆକ୍ଟିଭ କେସ ରହିଛି ୩ ଲକ୍ଷ ୧୯ ହଜାର ୫୫୧ ।

   Related Posts