ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୭୮ ମୃତ

29/09/2021 at 10:06 AM

ନୂଆଦିଲ୍ଲୀ ୨୯/୦୯: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୭୮ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୮,୮୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୭୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୭ ଲକ୍ଷ ୧୬ ହଜାର ୪୫୧ରେ ପହଁଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୭ ହଜାର ୭୫୧ରେ ପହଞ୍ଚିଛି । ଏବେ ଦେଶରେ ୨୮୨୫୨୦ ସକ୍ରିୟ ମାମଲା ରହିଛି । ସେହିପରି ୩୨୯୮୬୧୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts