ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | September 29, 2022 IST

ଭୁବନେଶ୍ୱର ୨୯।୦୯ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୩୮୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୪ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୧ଜଣ, ଷ୍ଟେଟ ପୁଲ୍‌ରୁ ୫ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୩୮୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୩୨୫୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୫୬୩୫୬୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.