ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୫୦ ଛୁଇଁଲା ମୃତକଙ୍କ ସଂଖ୍ୟା

Published By : Prameya-News7 Bureau | December 24, 2020 IST

ଭୁବନେଶ୍ବର ୨୪।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୬୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

{"id":382048,"sizeSlug":"large","linkDestination":"none"}

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨ ଜଣ ଏବଂ କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୨୭ ହଜାର ୫୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ୨ ହଜାର ୯୯୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୨୨ ହଜାର ୯୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୫୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୬୭ ଲକ୍ଷ ୩୭ ହଜାର ୩୨୨ ସାମ୍ପୁଲ ଟେଷ୍ଟ୍ ହୋଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.