oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ନୂଆ କୋର୍ଟ, ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ବୈଠକରେ ନିଷ୍ପତ୍ତି

2/05/2022 at 1:25 PM

ଭୁବନେଶ୍ୱର ୦୨।୦୫: ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ନୂଆ କୋର୍ଟ । ବିଭିନ୍ନ ଜିଲ୍ଲାରେ ଏହି ସବୁ କୋର୍ଟ ପ୍ରତିଷ୍ଠା କରାଯିବ ବୋଲି ଆଇନ୍‌ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି । ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ବୈଠକ ଏହି ଅଦାଲତ ପ୍ରତିଷ୍ଠା ପ୍ରସ୍ତାବ ଉପରେ ମୋହର ମାରିଛନ୍ତି । ଏହା ମାନ୍ୟବର ଉଚ୍ଚ ନ୍ୟାୟାଳୟର ଅନୁମୋଦନ ପାଇବା ପରେ ବିଜ୍ଞପ୍ତି ପ୍ରକାଶ ପାଇବ । କମିଟିରେ ଆଇନ୍ ମନ୍ତ୍ରୀ ପ୍ରତାପ ଜେନା,  ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ଏବଂ ଆଇନ୍ ସଚିବ ପ୍ରତାପ କୁମାର ପାତ୍ର ପ୍ରମୁଖ ରହିଛନ୍ତି ।

ତେବେ ଏହି କମିଟି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ଠାରେ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଥିବା ବେଳେ ଅନ୍ୟ ୭ଟି ଜିଲ୍ଲା ଏବଂ ସେସନ କୋର୍ଟ ପ୍ରତିଷ୍ଠାକୁ ମଞ୍ଜୁରୀ ଦେଇଛନ୍ତି । ଏଥିମଧ୍ୟରେ ଭୁବନେଶ୍ୱରରେ ଦୁଇଟି, ବାଲେଶ୍ୱର ଜିଲ୍ଲାର ସୋରୋ ଓ ଜଳେଶ୍ୱରରେ ଗୋଟିଏ କରି ରହିବ ।

ସେହିପରି ଅନୁରୂପ ଭାବେ ୫ଟି ସିଭିଲ ଜଜ କୋର୍ଟ(ସିନିଅର ଡିଭିଜନ)କୁ ଅନୁମୋଦନ କରାଯାଇଛି । ଏଗୁଡିକ ନୟାଗଡ ଜିଲ୍ଲାର ରଣପୁର, କଟକ ଜିଲ୍ଲାର ନରସିଂହପୁର ଏବଂ ବଡମ୍ବା, ଗଞ୍ଜାମ ଜିଲ୍ଲାର ସୋରଡା ଏବଂ ସୋନପୁର ଜିଲ୍ଲାର ରାମପୁର ଠାରେ ହେବ । ଏଗାରଟି ସ୍ଥାନରେ ସିଭିଲ ଜଜ କୋର୍ଟ (ଜୁନିଅର ଡିଭିଜନ) ସ୍ଥାପନ ହେବ । ଏଗୁଡିକ ବଲାଙ୍ଗିର ଜିଲ୍ଲାର ତୁଷୁରା, ଢେଙ୍କାନାଳ, ବାଲେଶ୍ୱର ଜିଲ୍ଲାର ସୋରୋ, ସିମୁଳିଆ, ବାହାନାଗା ଏବଂ ଜଳେଶ୍ୱର, ଯାଜପୁର ଜିଲ୍ଲାର ଚଣ୍ଡିଖୋଲ, ଦେବଗଡ ଜିଲ୍ଲାର ବାରକୋଟ, ଜଗତସିଂହପୁର ଜିଲ୍ଲାର ନାଉଗାଁ ଏବଂ କନ୍ଧମାଳ ଜିଲ୍ଲାର କେ.ନୂଆଗାଁ ଏବଂ ଖଜୁରୀପଡାରେ ପ୍ରତିଷ୍ଠା ହେବ ।

ଏଥି ସହିତ ୧୦ଟି ବାଣିଜ୍ୟିକ ଅଦାଲତ ପ୍ରତିଷ୍ଠା ପାଇଁ ସ୍ଥିର କରିଛନ୍ତି । ଏଗୁଡିକ ମଧ୍ୟରେ କଟକ ସଦର, ଭୁବନେଶ୍ୱର, ପୁରୀରେ ଦୁଇଟି, ବାଲେଶ୍ୱର ସଦର, ବଲାଙ୍ଗିର ସଦର, କେନ୍ଦ୍ରାପଡା ସଦର, ଜୟପୁର, ରାଉରକେଲା ଏବଂ ଗୋଟିଏ ଲିଭ୍ ରିଜର୍ଭ ଅଦାଲତ ହେବ । ବୈଠକରେ ଏହିସବୁ ଅଦାଲତ ପ୍ରତିଷ୍ଠା ପାଇଁ ୨୧.୨୬ କୋଟି ଟଙ୍କାର ବଜେଟ୍‌କୁ ଅନୁମୋଦନ କରାଯାଇଛି । ଅତିରିକ୍ତ ଜିଲ୍ଲା ଓ ସେସନ ଅଦାଲତ ପାଇଁ ୫.୨୦ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ସିଭିଲ ଜଜ୍ ଅଦାଲତ (ସିନିଅର ଡିଭିଜନ) ପାଇଁ ୩.୬୦କୋଟି, ସିଭିଲ ଜଜ୍ (ଜୁନିଅର ଡିଭିଜନ) ବାଣିଜ୍ୟିକ ଅଦାଲତ ପାଇଁ ୬.୩୦ କୋଟି ଟଙ୍କା ମଞ୍ଜୁର ହୋଇଛି ।

ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ୪ଟି ବାଣିଜ୍ୟିକ ଅଦାଲତ ଭୁବନେଶ୍ୱର, କଟକ, ସମ୍ବଲପୁର ଏବଂ ବ୍ରହ୍ମପୁର ଠାରେ ପ୍ରତିଷ୍ଠାକୁ ଅନୁମୋଦନ କରିଥିବାବେଳେ ନୟାଗଡ ଜିଲ୍ଲାର ଓଡଗାଁ ଠାରେ ସିଭିଲ ଜଜ୍ କୋର୍ଟ (ସିନିଅର ଡିଭିଜନ) କୁ ଅନୁମୋଦନ କରାଯାଇଛି । ଓଡିଶା ହାଇକୋର୍ଟଙ୍କ ଅନୁମୋଦନ ପରେ ମଞ୍ଜୁରୀ ପାଇଥିବା ଏହି ଅଦାଲତ ପର୍ଯ୍ୟାୟ କ୍ରମେ ପ୍ରତିଷ୍ଠା ହେବ ବୋଲି ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି ।

   Related Posts