ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍

7/10/2022 at 9:17 AM

ଭୁବନେଶ୍ୱର ୭/୧୦ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୭୦୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ଼ରୁ ୪, ବଲାଙ୍ଗୀରରୁ ୧, କଟକରୁ ୮ ଜଣ, ଜଗତସିଂହପୁରରୁ ୧, ଯାଜପୁରରୁ ୩, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧାରୁ ୬, ମୟୂରଭଞ୍ଜରୁ ୧, ନୟାଗଡ଼ରୁ ୪, ନୂଆପଡ଼ାରୁ ୫, ପୁରୀରୁ ୬, ସମ୍ଵଲପୁରରୁ ୨, ସୁନ୍ଦରଗଡ଼ରୁ ୧୧, ଷ୍ଟେଟପୁଲରୁ ୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୪୭୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୪୭୩୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୬୩୫୫୫୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts