oroinfra
maganna
EVOS_WebBanner_728X90
oroinfra
ChampionMaganna_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ବଦଳିଲା ହୋମ ଆଇସୋଲେସନ ନିୟମ, ସାତ ଦିନ ପରେ ବିନା ଟେଷ୍ଟରେ ହୋଇପାରିବେ କରୋନା ମୁକ୍ତ

5/01/2022 at 2:20 PM

ନୂଆଦିଲ୍ଲୀ ୦୫/୦୧: ଦେଶରେ ଦିନକୁ ଦିନକୁ ବିଗୁଡିଛି କରୋନା ସ୍ଥିତି । ଅଧିକାଂଶ ଆକ୍ରାନ୍ତଙ୍କ ଶରୀରରେ କୌଣସି ପ୍ରକାରର ଲକ୍ଷଣ ଦେଖାଯାଉନି । ସେହିପରି କିଛି ଆକ୍ରାନ୍ତଙ୍କ ପାଖରେ କରୋନାର ସାମାନ୍ୟ ଲକ୍ଷଣ ଦେଖାଯାଉଛି । ଏହାରି ଭିତରେ ନୂଆ ଗାଇଡ୍‌ଲାଇନ୍ ଜାରି କରିଛି କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗ । ଏହି ଗାଇଡଲାଇନ କେବଳ ଲକ୍ଷଣହୀନ ଓ ସାମାନ୍ୟ ଲକ୍ଷଣ ଥିବା କରୋନା ଆକ୍ରାନ୍ତଙ୍କ କ୍ଷେତ୍ରରେ ଲାଗୁ ହେବ ।

ପୂର୍ବରୁ କରୋନା ଆକ୍ରାନ୍ତଙ୍କୁ ୧୦ରୁ ୧୫ ଦିନ ହୋମ ଆଇସୋଲେସନର ରହିବାର ନିୟମ ଥିଲା । କିନ୍ତୁ ଏବେ ଏହାକୁ ୭ ଦିନକୁ ହ୍ରାସ କରି ଦିଆଯାଇଛି । ୭ ଦିନ ପରେ ବିନା ଟେଷ୍ଟରେ ଜଣଙ୍କୁ କରୋନା ମୁକ୍ତ ବୋଲି କୁହାଯିବ । ଯଦି ଲଗାତାର ୩ ଦିନ ଜ୍ୱର କିମ୍ବା କରୋନା ଲକ୍ଷଣ ଦେଖାଯିବ ନାହିଁ, ତାହେଲେ ଜଣେ ଆକ୍ରାନ୍ତ ହୋମ ଆଇସୋଲେସନରୁ ମୁକୁଳି ପାରିବେ । ତାଙ୍କୁ ଦ୍ୱିତୀୟ ଥର ଟେଷ୍ଟ ମଧ୍ୟ କରିବାକୁ ପଡ଼ିବନି ବୋଲି ଗାଇଡଲାନରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ।

ଡାକ୍ତରଙ୍କ ଦ୍ବାରା ଚିହ୍ନଟ ଲକ୍ଷ୍ମଣହୀନ ହୋମ୍ ଆଇସୋଲେସନରେ ରହିପାରିବେ । ଆକ୍ରାନ୍ତଙ୍କ ପରିବାରକୁ ପରାମର୍ଶ ପାଇଁ କଣ୍ଟ୍ରୋଲ ରୁମ୍ ନମ୍ବର ଦିଆଯିବ । ହୋମ୍ ଆଇସୋଲେନ ପାଇଁ ଘରେ ଉପଯୁକ୍ତ ବ୍ୟବସ୍ଥା ଥିଲେ ରହିପାରିବେ । ଟିକା ନେଇଥିବା ପରିବାରର ଜଣେ ଆକ୍ରାନ୍ତଙ୍କର ଦାୟିତ୍ବରେ ରହିବେ । ବୟସ୍କ ଏବଂ ବହୁବିଧ ରୋଗରେ ଆକ୍ରାନ୍ତ କେବଳ ଡାକ୍ତରଙ୍କ ପରାମର୍ଶରେ ହୋମ୍ ଆଇସୋଲେସନରେ ରହିପାରିବେ ।

   Related Posts