ପୁଣି ବଦଳିବ ପାଗ : ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ଘନ କୁହୁଡି
1/03/2020 at 7:58 AM

ଭୁବନେଶ୍ବର ୦୧।୦୩: ରାଜ୍ୟରେ ପୁଣି ପାଗ ବଦଳିବାର ସମ୍ଭାବନା ରହିଛି। ସୋମବାର (ଆସନ୍ତାକାଲି)ଠାରୁ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

ବିଶେଷ କରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଗଜପତି, ରାୟଗଡ଼ାରେ ସ୍ବଳ୍ପରୁ ମଧ୍ୟମ ବର୍ଷାର ସମ୍ଭାବନା ଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଗଜପତି ଆଦି ଜିଲାରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ୩ ତାରିଖରେ ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ଏବଂ ୪ରେ ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକର ଅଳ୍ପ କିଛି ସ୍ଥାନରେ ଏବଂ ରାୟଗଡ଼ା, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଯାଜପୁରରେ ବର୍ଷାର ସମ୍ଭାବନା ରହିଛି।

ଆସନ୍ତା ୨୪ଘଣ୍ଟା ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ଜଗତସିଂହପୁର ଓ ଭଦ୍ରକରେ ପ୍ରବଳ କୁହୁଡ଼ି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।