LIVE TV

ଆଗାମୀ ୪ ଦିନ ରାଜ୍ୟରେ ଜାରି ରହିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

NEWS7
rain

ଭୁବନେଶ୍ଵର: ବର୍ତ୍ତମାନ ରାଜ୍ୟରେ କୌଣସି ପ୍ରକାର ପାଣିପାଗ ନିୟାମକ ସକ୍ରିୟ ନଥିବା ବେଳେ ରାଜ୍ୟରେ କିନ୍ତୁ ବର୍ଷା ଜାରି ରହିବ। ତେବେ ରାଜ୍ୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ ଘଡ଼ଘଡ଼ି ବର୍ଷା ହୋଇଛି I ଆଗାମୀ ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ମାନଙ୍କରେ ବର୍ଷା ସମ୍ଭାବନା ଥିବା ବେଳେଆସନ୍ତା ୨୪ ଘଣ୍ଟାରେ ବି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ୧୩ ଜିଲ୍ଲାରେ  ବିଜୁଳି ଘଡଘଡି ସହ ଵର୍ଷା ସମ୍ଭାବନାକୁ  ନେଇ ୟେଲୋ ଓ୍ୱାର୍ଣ୍ଣିଙ୍ଗ ଜାରି କରିଛି ବିଭାଗ । 

ଉତ୍ତର ଓଡ଼ିଶାର କେନ୍ଦ୍ରପଡ଼ା ଏବଂ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ, ଓଡ଼ିଶାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ଝଟକା ପବନର ବେଗ ୩୦-୪୦ କିଲୋମିଟର ହେବା ସହିତ କିଛି ସ୍ଥାନ ମାନଙ୍କରେ ବଜ୍ରପାତ ବି ହେବାର ସମ୍ଭାବନା ରହିଛି

ତେବେ ଆଗାମୀ ୨୨ ତାରିଖ ପର୍ଯ୍ୟନ୍ତ  ରାଜ୍ୟରେ ବର୍ଷା ସମ୍ଭାବନା ଦେଇଛି ପାଣିପାଗ  ବିଭାଗ । ତେବେ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ମାନଙ୍କରେ ବର୍ଷା ସମ୍ଭାବନା ଥିବା ବେଳେଆସନ୍ତା ୨୪ ଘଣ୍ଟାରେ ବି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ୧୩ ଜିଲ୍ଲାରେ  ବିଜୁଳି ଘଡଘଡି ସହ ଵର୍ଷା ସମ୍ଭାବନାକୁ  ନେଇ ୟେଲୋ ଓ୍ୱାର୍ଣ୍ଣିଙ୍ଗ ଜାରି କରିଛି ବିଭାଗ । ସେପଟେ ପାଣିପାଗ ବିଶେଷଜ୍ଞ କହିଛନ୍ତି ବର୍ତ୍ତମାନ ରାଜ୍ୟ ଉପରେ କୌଣସି ସିଷ୍ଟମ ସକ୍ରିୟ ନାହିଁ । ୨୧ ବେଳକୁ ସମୁଦ୍ର ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । କିନ୍ତୁ ଏହା ସ୍ଥଳ ଭାଗକୁ ପ୍ରଭାବିତ କରିବ ନାହିଁ । କିନ୍ତୁ ଉପକୁଳ ଓଡ଼ିଶାର ଗୋଟେ ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ​​​​​​​