scan steel
web-baneer-728x90
krs-728-90-banner english (2)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ରାଜ୍ୟରେ ଆଉ ୨ ଦିନ ଅସମ୍ଭାଳ ବର୍ଷା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ

2/08/2023 at 7:26 AM

low pressure

ଭୁବନେଶ୍ୱର ୦୨।୦୯ : ରାଜ୍ୟରେ ଆଉ ୨ ଦିନ ଅସମ୍ଭାଳ ବର୍ଷା। ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ୨ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ତେବେ ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପଶ୍ଚିମ ଓ ଉତ୍ତର ପଶ୍ଚିମ ମୁହାଁ ହୋଇ ୨୪ଘଣ୍ଟା ଭିତରେ ଗାଙ୍ଗେୟ ପଶ୍ଚିମବଙ୍ଗରେ ପହଁଞ୍ଚିବ । ଏହା ପ୍ରଭାବରେ ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ଅସମ୍ଭାଳ ବର୍ଷା ହେବ । ସୁନ୍ଦରଗଡ଼, ଝାରସୁଗୁଡା,ବରଗଡ଼ ଓ ସମ୍ବଲପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ସେହିଭଳି ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡା , କଳାହାଣ୍ଡି ଓ କନ୍ଧମାଳରେ ନିର୍ଧୁମ ବର୍ଷା ହୋଇପାରେ । ମୟୂରଭଞ୍ଜ, ବାଲେଶ୍ବର, ଢେଙ୍କାନାଳ, କଟକ, ନୟାଗଡ଼ ,ନବରଙ୍ଗପୁର, ଯାଜପୁର ଓ ଭଦ୍ରକରେ ମଧ୍ୟ ଭାରୀ ବର୍ଷା ସମ୍ଭାବନା ରହିଛି । ଗୁରୁବାର ମଧ୍ୟ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ କେନ୍ଦୁଝରରେ ଭାରୀବର୍ଷା ହୋଇପାରେ । ଲଗାଣ ବର୍ଷା ପାଇଁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଉପୁଜିପାରେ । ସହରାଞ୍ଚଳରେ ପୁଣି ପାଣି ଉବୁଟୁବୁ ହେବାସହ ଟ୍ରାଫିକ୍ ସ୍ଥିତି ଉପୁଜୁପାରେ।

   Related Posts