ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ନିଆଁ ଲାଗି ପୋଡିଗଲେ ପରିବାର: ସ୍ତ୍ରୀ ମୃତ, ବାପା ଓ ପୁଅ ଗୁରୁତର

2/02/2023 at 1:07 PM

ଝାରସୁଗୁଡା ୦୨/୦୨: ନିଆଁ ଲାଗି ପୋଡିଗଲେ ପରିବାର । ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଲେ ସ୍ତ୍ରୀ ସୁଶୀଳା ଦେବାଙ୍ଗ । ତେବେ ଗୁରୁତର ହୋଇଛନ୍ତି ବାପା ଓ ପୁଅ । ତେବ ଏହା ଏକ ସୁପରିକଳ୍ପିତ ହତ୍ୟା କାଣ୍ଡ ବୋଲି ଚର୍ଚ୍ଚା ହେଉଛି । କେହି ଦୁର୍ବୃତ୍ତ ନିଆଁ ଲଗାଇଥିବା ଅଭିଯୋଗ ।

ଏହି ଅଘଟଣ ଘଟିଛି ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଇଟାଭଟା ଝରନପଡ଼ାରେ । ବୁଧବାର ବିଳମ୍ବିତ ରାତିରେ ଘରେ ନିଆଁ ଲାଗିଯିବାରୁ ସ୍ୱାମୀ ଟିକେଶ୍ୱର ଦେବାଙ୍ଗ, ପତ୍ନୀ ସୁଶିଳା ଦେବାଙ୍ଗ ଓ ଛୋଟ ପୁଅ ବୀର ଦେବାଙ୍ଗ ପୋଡିଯାଇ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ବୁର୍ଲା ଭୀମସାରକୁ ପଠାଯାଇଛି l

ସୂଚନା ଅନୁଯାୟୀ, ବୁଧବାର ରାତି ପ୍ରାୟ ୩ଟାରେ ଘଟିଥିବା ପଡୋଶୀ ମାନେ କହିଛନ୍ତି । ରାତିରେ ଘରେ ସମସ୍ତେ ଶୋଇଥିବାବେଳେ କୌଣସି କାରଣରୁ ହଠାତ ନିଆଁ ଲାଗିଯାଇଥିଲା । ଫଳରେ ସ୍ୱାମୀ ସ୍ତ୍ରୀ ଓ ପୁଅ ପୋଡି ଯାଇ ଗୁରୁତର ଆହତ ହେବାସହ ଘର ଥିବା ସମସ୍ତ ସାମଗ୍ରୀ ମଧ୍ୟ ପୋଡିଯାଇଛି । ପଡୋଶୀ ମାନେ ଆସି ନିଆଁକୁ ଆୟତ୍ତ କରିଥିବାବେଳେ ବ୍ରଜରାଜନଗର ପୋଲିସ ଘଟଣା ସ୍ତଲକୁ ପହଂଚି ତଦନ୍ତ ଆରମ୍ଭ କରିଛି ।

   Related Posts