Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ନିଆଁ ଲାଗି ଜଳିଗଲା ଯାତ୍ରୀବାହୀ ବସ୍, ୯ ଜୀବନ୍ତ ଦଗ୍ଧ

8/10/2022 at 7:34 AM

ମୁମ୍ବାଇ ୦୮।୧୦ : ମହାରାଷ୍ଟ୍ର ନାସିକରେ ଭୟଙ୍କର ବସ୍ ଦୁର୍ଘଟଣା। ନିଆଁରେ ଜଳିଗଲା ଯାତ୍ରୀବାହୀ ବସ୍। ଯେଉଁଥିରେ ୯ ଜଣ ଲୋକ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ଅନେକ ଲୋକ ଗୁରୁତର ଆହତ ହୋଇଥିବାର ସୂଚନା ମିଳିଛି। ମୃତାହତଙ୍କୁ ନିକଟସ୍ଥ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ଖବର ଅନୁଯାୟୀ, ନାସିକ-ଔରଙ୍ଗାବାଦ ରୁଟ୍ ର ନାନ୍ଦୁରନାକା ନାମକ ସ୍ଥାନରେ ଏହି ଦୁର୍ଘଟଣା ଘଟିଛି।  ଏକ ଯାତ୍ରୀବାହୀ ବସ୍‌ ନିଜ ଗନ୍ତବ୍ୟ ସ୍ଥଳ ଅଭିମୁଖେ ଯାଉଥିବା ବେଳେ ହଠାତ୍‌ ନିଆଁ ଲାଗିଯାଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ରାତିରେ ବସ୍ ଟି ହୁତ୍ ହୁତ୍ ହୋଇ ଜଳୁଥିବା ଦେଖିବାକୁ ମିଳିଥିଲା।  ଯାହାକୁ ଦେଖି ଗାଡିରେ ଥିବା କିଛି ଲୋକ ତୁରନ୍ତ ଓହ୍ଲାଇପଡିଥିବା ବେଳେ କିଛି ଯାତ୍ରୀ ଫସିଯାଇଥିଲା । ବହୁ ଚେଷ୍ଟା କରିଥିଲେ ବି ସେମାନେ ବାହାରିବାରେ ସଫଳ ହୋଇଥିଲା । ଶେଷରେ ବସ୍‌ ନିଆଁ ଲାଗିବା ଦ୍ୱାରା ୯ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସେହିପରି ଅନେକ ଯାତ୍ରୀ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ତେବେ ଏତେ ବଡ଼ ଦୁର୍ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ପୋଲିସ ଓ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି । ଏବେବି ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ସୂଚନା ମିଳିଛି ।

   Related Posts