scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଭାଇରସ୍ H9N2 ନୂଆ ନୁହେଁ, କିନ୍ତୁ ରାଜ୍ୟରେ ଏଯାଏଁ ହୋଇନି ଚିହ୍ନଟ : ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

28/11/2023 at 2:42 PM

ଭୁବନେଶ୍ବର ୨୮।୧୧: ଚୀନ୍‌ରେ ବ୍ୟାପୁଥିବା ନିମୋନିଆକୁ ନେଇ ରାଜ୍ୟ ସରକାର ସଚେତନ ଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ଆଗୁଆ ସଚେତନ ରହିବାକୁ ନିର୍ଦ୍ଦେଶ ଦେବା ପରେ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ଯଦିଓ ଏ ଭାଇରସ୍ H9N2 ନୂଆ ନୁହେଁ କିନ୍ତୁ ଆମ ରାଜ୍ୟରେ ଏଯାଏଁ ଏହା ଚିହ୍ନଟ ହୋଇନାହିଁ । ତେବେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ରାଜ୍ୟରେ ସର୍ଭେଲାନ୍ସ ବଢ଼େଇବା ସହ ପ୍ରତି ଜିଲ୍ଲାରେ କୋଭିଡ୍ ଟେଷ୍ଟ ବଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଗୋଟିଏ ସ୍ଥାନରେ ଯଦି ଏକ ସାଙ୍ଗରେ ଅନେକ ରୋଗାକ୍ରାନ୍ତ ହୁଅନ୍ତି ତେବେ ମାସ୍ ଟେଷ୍ଟ କରାଯିବ । ଏନେଇ ସ୍ଵାସ୍ଥ୍ୟ ବିଭାଗକୁ ରିପୋର୍ଟ କରିବାକୁ କୁହାଯାଇଛି ।

ଆରଏମଆରସି ତଥ୍ୟ ଅନୁଯାୟୀ ବର୍ତ୍ତମାନ ପର୍ଯ୍ୟନ୍ତ ଥଣ୍ଡା, କାଶ, ଛିଙ୍କ କୌଣସି ନୂଆ ଭାଇରସକୁ ନେଇ ହୋଇନାହିଁ ବୋଲି କହିଛନ୍ତି । ଏଯାବତ୍ ରାଜ୍ୟରେ ନୂଆ ଭାଇରସ୍ ତଥ୍ୟ ନାହିଁ । ସମସ୍ତ ଜିଲ୍ଲା ଚିକିତ୍ସାଳୟକୁ ନିର୍ଦ୍ଦେଶ ରହିଛି ବେଡ୍ ସଂରକ୍ଷିତ ରଖିବା ସହ ମ୍ୟାନ୍ ପାୱାର୍, ମେଡିସିନ ଓ ଟେଷ୍ଟିଂ ଟ୍ରିଟମେଣ୍ଟ କରିବାକୁ କୁହାଯାଇଛି । ଭୂତାଣୁ କିଛି ନୂଆ ନୁହେଁ ବୋଲି WHO ମଧ୍ୟ କହିସାରିଛି । ତଥାପି ଯେଉଁମାନଙ୍କୁ ଥଣ୍ଡା, କାଶ ହେଉଛି ସେମାନେ ମାସ୍କ ବ୍ୟବହାର କରିବାକୁ ସ୍ୱାସ୍ଥ୍ୟ ବିଭାଗ ଅପିଲ୍ କରିଛି ।

You Can Read :

   Related Posts