ଓଡିଶା ଆସୁଛନ୍ତି ନୀତିନ ଗଡକରୀ, ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ ସହ କରିବେ ପ୍ରଚାର

Published By : Prameya-News7 Bureau | May 09, 2024 IST

ଭୁବନେଶ୍ୱର ୦୯/୦୫: ନିର୍ବାଚନ ପ୍ରଚାର ଲାଗି ଓଡ଼ିଶା ମୁହାଁ କେନ୍ଦ୍ର ବିଜେପି ନେତା । ଏହି ପରିପ୍ରେକ୍ଷୀରେ ଗୁରୁବାର ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ । ଓଡ଼ିଶା ଆସି ପୁରୀ ଲୋକସଭା କ୍ଷେତ୍ରରେ କରିବେ ପ୍ରଚାର । 

ସୂଚନା ଥାଉକି ପ୍ରଚାର ପାଇଁ ଆସୁଛନ୍ତି ବିଜେପିର ଷ୍ଟାର କ୍ୟାମ୍ପେନର ତଥା କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ । ପ୍ରଥମେ ମଧ୍ୟାହ୍ନ ୧୨ଟା ୧୦ ମିନିଟରେ ଗଡକରୀ ଭୁବନେଶ୍ୱର ବିମାନ ବନ୍ଦର ପହଞ୍ଚିବେ । ଏହାପରେ ସ୍ୱତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଯାଇ ପୁରୀ ତାଳବଣିଆ ହେଲିପ୍ୟାଡରେ ମଧ୍ୟହ୍ନ ୧୨ଟା ୩୫ ମିନିଟରେ ପହଞ୍ଚିବେ । 

ପୁରୀରେ ପହଞ୍ଚିବା ପରେ ପ୍ରଥମେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ । ମଧ୍ୟାହ୍ନ ୧ଟାରୁ ୧ଟା ୪୫ ମିନିଟ ମଧ୍ୟରେ ପୁରୀ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେବେ । ଏହାପରେ ଶ୍ରୀମନ୍ଦିରରୁ ବାହାରି ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବାସଗୃହକୁ ଯିବେ । 

ଅପରାହ୍ଣ ୩ଟା ୩୦ ମିନିଟରେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ବିଜେପିର ପ୍ରଚାର ବିରାଟ ସମାବେଶକୁ ସମ୍ବୋଧିତ କରିବେ । ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ଷ୍ଟାର କ୍ୟାମ୍ପେନର ନୀତିନ ଗଡକରୀ ।

  • Elections 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.