ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ଇଣ୍ଡିଆ ଟୁଡେ ମୁଡ୍ ଅଫ୍ ଦ ନେସନ୍ ସର୍ଭେ, ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

28/01/2023 at 9:54 AM

ଭୁବନେଶ୍ୱର ୨୮/୦୧: ପୁଣି ନବୀନ ନମ୍ବର ଓ୍ବାନ୍ । ‘ଇଣ୍ଡିଆ ଟୁଡେ’ ର ମୁଡ ଅଫ ଦ ନେସନ ପୋଲରେ ନବୀନ ହେଉଛନ୍ତି ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ । ଅନ୍ୟ ମୁଖ୍ୟମନ୍ତ୍ରୀମାନଙ୍କୁ ଢେର ପଛରେ ପକାଇ ନିଜ ରାଜ୍ୟରେ ନବୀନ ପଟ୍ଟନାୟକ ହେଉଛନ୍ତି ସବୁଠୁ ଅଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ।

‘ଇଣ୍ଡିଆ ଟୁଡେ’ ମାଗାଜିନ୍ ର ‘ମୁଡ୍ ଅଫ ଦ ନେସନ’ ପୋଲରେ ନବୀନଙ୍କୁ ଅଧିକ ରେଟିଂ ମିଳିଛି । ୭୩.୨% ଲୋକଙ୍କ ମନ ଜିତି ନବୀନ ସର୍ବାଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ ଅଛନ୍ତି । ତାଙ୍କ ପଛକୁ ଦ୍ବିତୀୟ ସ୍ଥାନରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ମିଳିଛି ୬୯.୨% ଏବଂ ତୃତୀୟ ସ୍ଥାନରେ ଥିବା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମାଙ୍କୁ ମିଳିଛି ୬୮.୩% ରେଟିଂ ।

ଟପ୍ ଟେନ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାରେ ଯଥାକ୍ରମେ ଅଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ଧାମୀ , ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ , ଗୁଜୁରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ଏବ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡି ।

   Related Posts