ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡବିଲ: ପୁରୁଣା ବସ୍‌ଷ୍ଟାଣ୍ଡରେ ଯୁବକକୁ ଛୁରାମାଡ଼, ଅତର୍କିତ ଆକ୍ରମଣରେ ଆକବର ଗୁରୁତର
  • ||
  • ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଆରକିଟେକ୍ଟ, ଆର୍ଥିକ କାରବାର ନେଇ ହୋଇପାରେ ଜେରା
  • ||

ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ

7/10/2022 at 7:49 AM

ଭଦ୍ରକ ୦୭/୧୦: ନଭେମ୍ୱର ୩ ତାରିଖରେ ଧାମନଗର ଉପନିର୍ବାଚନ । ଆଜି ଠାରୁ ନାମାଙ୍କନ ପତ୍ର ଦାଖଲ ହେବ । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନିର୍ବାଚନ ଅଧିକାରୀ ଭଦ୍ରକ ଉପଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିବେ । ୧୫ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ ।

ଅକ୍ଟୋବର ୧୭ ତାରିଖ ନାମାଙ୍କନ ପତ୍ର ପ୍ରତ୍ୟାହାର କରିହେବ । ନଭେମ୍ବର ମାସ ୩ ତାରିଖ ଦିନ ଧାମନଗର ନିର୍ବାଚନମଣ୍ଡଳୀର ୨୫୨ଟି ବୁଥରେ ମତଦାନ ହେବ । ନଭେମ୍ବର ୬ ତାରିଖରେ ହେବ ଭୋଟ ଗଣତି । ନଭେମ୍ବର ୮ ତାରିଖ ସୁଦ୍ଧା ଉପନିର୍ବାଚନ ପ୍ରକ୍ରିୟା ସାରିବା ପାଇଁ ନିର୍ବାଚନ ଆୟୋଗ ଙ୍କ ଦ୍ଵାରା କାର୍ଯ୍ୟସୂଚୀ ନିର୍ଦ୍ଧାରଣ କରାଯାଇଛି ।

   Related Posts