ନିର୍ବାଚନ ୨୦୨୪, ଓଡିଶାରେ ୨ୟ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ

Published By : Prameya-News7 Bureau | April 26, 2024 IST

ଭୁବନେଶ୍ୱର ୨୬।୦୪ : ନିର୍ବାଚନ ୨୦୨୪ । ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ରାଜ୍ୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ବିଜ୍ଞପ୍ତି ଅନୁସାରେ ଆଜି ଠାରୁ ମେ   ୩ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ଏହାପରେ ମେ ୪ରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ଆଉ ମେ ୬ରେ ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ । ଶେଷରେ ମେ ୨୦ରେ ଭୋଟଗ୍ରହଣ କରାଯିବ । 

ସୂଚନାଯୋଗ୍ୟ ଯେ, ମେ ୨୦ ତାରିଖରେ ଓଡିଶାରେ ହେବ ୨ୟ ପର୍ଯ୍ୟାୟ ମତଦାନ । ଯେଉଁଥିରେ ୫ଟି ଲୋକସଭା ଏବଂ ୩୫ଟି ବିଧାନସଭା ସିଟ୍‌ରେ ହେବ ଭୋଟଗ୍ରହଣ । ତେବେ ଭୋଟ ଗ୍ରହଣ ହେବାକୁ ଥିବା ଲୋକସଭା ସିଟ୍‌ ହେଲା- ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ, ଆସ୍କା ରହିଛି । ସେହିପରି ୩୫ଟି ବିଧାନସଭା ଆସନ ହେଲା -ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲୀ, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗିର, ଟିଟିଲାଗଡ଼, କଣ୍ଟାବାଞ୍ଜି, ବାଲିଗୁଡ଼ା, ଜି.ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଞ୍ଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି, ହିଞ୍ଜିଳି।

  • Lok Sabha Election 2024
  • Odisha assembly election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.