ଧାମନଗର ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ

Published By : Prameya-News7 Bureau | October 07, 2022 IST

ଭଦ୍ରକ ୭/୧୦: ଧାମନଗର ଉପ ନିର୍ବାଚନ ନିମନ୍ତେ ପ୍ରାକଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି । ଆଜିଠାରୁ ପ୍ରାର୍ଥୀ ମାନେ ନିଜର ନାମାଙ୍କନ ପତ୍ର ଦାଖଲ କରିପାରିବେ । ନାମାଙ୍କନ ନିମନ୍ତେ ଭଦ୍ରକ ବ୍ଲକ ପରିସରରେ ବ୍ୟାରିକେଡ଼ କରାଯିବା ସହ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ସୂଚନା ଥାଉକି, ନଭେମ୍ୱର ୩ ତାରିଖରେ ଧାମନଗର ଉପନିର୍ବାଚନ । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନିର୍ବାଚନ ଅଧିକାରୀ ଭଦ୍ରକ ଉପଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିବେ । ୧୫ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଅକ୍ଟୋବର ୧୭ ତାରିଖ ନାମାଙ୍କନ ପତ୍ର ପ୍ରତ୍ୟାହାର କରିହେବ ।

wp:gallery {"linkTo":"none"} /wp:gallery

ନଭେମ୍ବର ମାସ ୩ ତାରିଖ ଦିନ ଧାମନଗର ନିର୍ବାଚନମଣ୍ଡଳୀର ୨୫୨ଟି ବୁଥରେ ମତଦାନ ହେବ । ନଭେମ୍ବର ୬ ତାରିଖରେ ହେବ ଭୋଟ ଗଣତି । ନଭେମ୍ବର ୮ ତାରିଖ ସୁଦ୍ଧା ଉପନିର୍ବାଚନ ପ୍ରକ୍ରିୟା ସାରିବା ପାଇଁ ନିର୍ବାଚନ ଆୟୋଗ ଙ୍କ ଦ୍ଵାରା କାର୍ଯ୍ୟସୂଚୀ ନିର୍ଦ୍ଧାରଣ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.